Posted inଜାତୀୟ

ବିହାର ନିର୍ବାଚନ: ଷ୍ଟାର ପ୍ରଚାରକ ତାଲିକାରେ ନାମ ନ ଥିବାରୁ ଦୁଃଖ ପ୍ରକାଶ କଲେ ଭାଜପା ନେତା

ପାଟନା,୧୨ ।୧୦: ପାଖେଇ ଆସୁଛି ବିହାର ବିଧାନସଭା ନିର୍ବାଚନ । ଇତିମଧ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କରାଯାଇଛି । ହେଲେ ଏହି ତାଲିକାରେ ଏମ୍‌ପି ରାଜୀବ ପ୍ରତାପ ରୁଡି ଓ ରାଷ୍ଟ୍ରୀୟ ପ୍ରବକ୍ତା ସøୟଦ ଶାହାନବାଜ ହୁସେନଙ୍କ ନାମ ସାମିଲ କରାଯାଇ ନାହିଁ । ଏବେ ଏହାକୁ ନେଇ ନାନା ପ୍ରଶ୍ନ ଉଠିଛି । ଦିନଥିଲା ଏମାନଙ୍କୁ ଭାଜପର ଯୁବନେତା ଭାବେ ପରିଚିତି ମିଳିଥିଲା ହେଲେ ଏବେ ଏମାନେ ସାଇଡଲାଇନକୁ ଚାଲି ଆସିଛନ୍ତି । ଶାହାନବାଜ ହୁସେନ କିଛି ବର୍ଷ ହେଲା ଲଗାତାର ଭାବେ ସଙ୍ଗଠନ ପାଇଁ କାମ କରି ଆସୁଥିବା ବେଳେ ରାଜୀବ ପ୍ରତାପ ଲଗାତାର ନିର୍ବାଚନ ଜିତି ଆସୁଥିଲେ ବି ଏଥର ତାଙ୍କୁ କେନ୍ଦ୍ରମନ୍ତ୍ରୀ ପଦରୁ ବଞ୍ଚିତ କରାଗଲା । ଏବେ ଷ୍ଟାର ପ୍ରଚାରକ ତାଲିକାରେ ତାଙ୍କୁ ସାମିଲ କରାଯାଇ ନ ଥିବାରୁ ସେ ଦୁଃଖ ପ୍ରକାଶ କରିଛନ୍ତି । ସେ ରାଷ୍ଟ୍ରୟ ପ୍ରବକ୍ତା ହୋଇଥିଲେ ମଧ୍ୟ ଏବେ ତାଙ୍କୁ ବିଧାୟକର ସମ୍ମାନ ମିଳୁନାହିଁ ବୋଲି ସେ କହିଛନ୍ତି । ଅନ୍ୟପଟେ ଶାହନବାଜ ହୁସେନ କରିଛନ୍ତି, ମୋତେ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ନ କରିବା ଦଳର ନିଷ୍ପତ୍ତି । ଏହାକୁ ମୁଁ ମାନି ନେଉଛି ଦଳପାଇଁ କାମ କରିବି । ହେଲେ ମୁଁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ନବ ରତ୍ନ ମଧ୍ୟରୁ ଜଣେ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri