Posted inଜାତୀୟ

ଏନ୍‌ଡିଏ ଗଢିବ ସରକାର, ନୀତୀଶ ହେବେ ମୁଖ୍ୟମନ୍ତ୍ରୀ: ଶାହନବାଜ

ପାଟନା,୧୦ ।୧୧: ବିହାର ବିଧାନସଭା ନିର୍ବାଚନ ଫଳଫଳ ମଙ୍ଗଳବାର ଆସିବା ପରେ ଏହା ସ୍ପଷ୍ଟ ହୋଇଯିବ ଯେ କିଏ ଶାସନ ଗାଦିରେ ବସିବ । ତେବେ ଭୋଟ ଗଣତି ପୂର୍ବରୁ ସମସ୍ତ ଏକ୍‌ଜିଟ୍ ପୋଲ୍ ମହାମେଣ୍ଟ ସରକାର ଗଢିବ ବୋଲି ଇସାରା କରୁଥିବା ବେଳେ ଏନ୍‌ଡିଏ କିନ୍ତୁ ଦାବି କରିଛି ବହୁ ପରିମାଣରେ ବିଜୟ ଲାଭ କରି ସରକାର ଗଠନ କରିବ । ଏନ୍‌ଡିଏର ରାଷ୍ଟ୍ରୀୟ ପ୍ରବକ୍ତା ଶାହନବାଜ ହୁସେନ ଦାବି କରିଛନ୍ତି ଯେ ବିହାରରେ ଏନ୍‌ଡିଏ ବହୁମତରେ ବିଜୟ ଲାଭ କରି ସରକାର ଗଠନ କରିବ । ଆଉ ନୀତୀଶ କୁମାର ହେବେ ପୁଣିଥରେ ବିହାର ମୁଖ୍ୟମନ୍ତ୍ରୀ । ଏକ୍‌ଜିଟ୍ ପୋଲ୍‌ର ଆକଳନକୁ ପଛକୁ ପକାଇ ସେ କହିଛନ୍ତି ଏଥର ବିହାରବାସୀ ଯେଉଁ ପରିମାଣରେ ମତଦାନ କରିଛନ୍ତି ତାହା କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପ୍ରତି ସେମାନଙ୍କର ଥିବା ଭଲପାଇବା ଯୋଗୁ । ତେଣୁ ଏଥର ବିହାରରେ ଏନ୍‌ଡିଏ ସରକାର ଗଠନ କରିବ । ମଙ୍ଗଳବାର ଦିନ ୧୨ଟା ସୁଦ୍ଧା ଏହା ସ୍ପଷ୍ଟ ହୋଇଯିବ । ଅନ୍ୟପଟେ ୨୦୧୫ ଏକ୍‌ଜିଟ୍ ପୋଲର ଉଦାହରଣ ଦେଇ ଶାହନବାଜ କହିଛନ୍ତି ସେତେବେଳେ ଏକ୍‌ଜିଟ୍ ପୋଲ୍ ଆକଳନ କରିଥିଲା କି ଭାରତୀୟ ଜନତା ପାର୍ଟି(ଭାଜପା)କୁ ବହୁମତ ମିଳିବ ହେଲେ ତାହା ଭୁଲ୍ ପ୍ରମାଣିତ ହୋଇଥିଲା । ତେଣୁ ଏକ୍‌ଜିଟ୍ ପୋଲକୁ ପଛକୁ ପକାନ୍ତୁ ଏଥର ବିହାରରେ ଏନ୍‌ଡିଏ ସରକାର ଗଠନ କରିବା ନିଶ୍ଚିତ ବୋଲି ସେ କହିଛନ୍ତି । ସେପଟେ ପ୍ରାରମ୍ଭିକ ଭୋଟ ଗଣତିରେ ଏବେ ମହାମେଣ୍ଟ ଆଗରେ ଥିବା ବେଳେ ଦଳୀୟ କର୍ମୀ ଓ ନେତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?