ସାଉଥ ସୁପରଷ୍ଟାରଙ୍କ ସହ କାମ କରିବାକୁ ଚାହୁଁଛନ୍ତି ଶହନାଜ ଗିଲ

ମୁମ୍ବାଇ: ମନୋରଞ୍ଜନ ଜଗତର ନାମୀ ଆକ୍ଟ୍ରେସ ତଥା ଗାୟିକା ଶହନାଜ ଗିଲ ଏବେ ତାଙ୍କ ଅପକମିଂ ମୁଭି ‘କିସି କା ଭାଇ କିସି କି ଜାନ’କୁ ନେଇ ଅଛନ୍ତି ଚର୍ଚ୍ଚାରେ। ଏହି ଫିଲ୍ମରେ ଶହନାଜ ବଲିଉଡରେ ତାଙ୍କର ଫିଲ୍ମ ପାଳିର ଆରମ୍ଭ କରିବାକୁ ଯାଉଛନ୍ତି। ଏହା ଏକ ଏମିତି ମୁଭି ଯାହା ‘ବିଗ ବସ ୧୩’ ପରେ ପୁଣିଥରେ ଗୋଟିଏ ପରଦାରେ ସଲମାନ ଖାଁ ଓ ଶହନାଜ ଗିଲ ଦର୍ଶକଙ୍କୁ ମନୋରଞ୍ଜନ ଦେବାକୁ ଯାଉଛନ୍ତି। ଏବେ କିନ୍ତୁ ଶହନାଜ କହୁଛନ୍ତି ଯେ ସେ ଦକ୍ଷିଣ ଭାରତର ସୁପରଷ୍ଟାର ୟଶଙ୍କ ସହ କାମ କରିବାକୁ ଚାହୁଁଛନ୍ତି।
ଶହନାଜ ତାଙ୍କ ମୁଭି ‘କିସି କା ଭାଇ କିସି କି ଜାନ’ର ପ୍ରମୋଶନରେ ଖୁବ ବ୍ୟସ୍ତ ଅଛନ୍ତି। ଏହାସହ କିଛି ରିୟଲିଟି ଶୋରେ ବି ଅଂଶଗ୍ରହଣ କରୁଛନ୍ତି। ସଲମାନଙ୍କ ମୁଭିରେ ସାଉଥର କେତେଜଣ ବଡ ବଡ କଳାକାର ବି ନଜର ଆସିବେ। ଏହାକୁ ନେଇ ଶହନାଜଙ୍କୁ ପ୍ରଶ୍ନ କରାଯିବାରୁ ସେ ଏହାର ଉତ୍ତର ଫଟାଫଟ ଦେଇଥିଲେ।
ଶହନାଜ କହିଥିଲେ ସାଉଥର ଷ୍ଟାରମାନେ ବହୁତ ଭଲ ଥିଲେ। ଭେଙ୍କଟେସ ସାର୍‌ ଫିଲ୍ମରେ ପୂଜାର ଭାଇ ଭୂମିକାରେ ନଜର ଆସିଛନ୍ତି। ସେହିପରି ଜଗପତି ସାର ଫିଲ୍ମରେ ଭିଲେନ ଭୂମିକାରେ ଅଭିନୟ କରିଛନ୍ତି। ସମସ୍ତେ ସମସ୍ତଙ୍କ ଜାଗାରେ ବହୁତ ବଡ ଅଛନ୍ତି। ସେମାନଙ୍କୁ ଲାଇଭ ଦେଖିବା ଆମ ପାଇଁ ବଡ କଥା। ତେବେ ସାଉଥ ଫିଲ୍ମରେ କାମ କରିବାକୁ ନେଇ ଶହନାଜ କହିଛନ୍ତି, ମୋତେ ବହୁତ ଖୁସି ଲାଗିବ ଯଦି ମୋତେ ସାଉଥ ଫିଲ୍ମରେ ଅଭିନୟ କରିବାର ସୁଯୋଗ ମିଳିବ। ତେବେ ଜିଏଫ ଫେମ ୟଶ ମୋର ବହୁତ ପସନ୍ଦ ତେଣୁ ମୁଁ ତାଙ୍କ ସହ କାମ କରିବାକୁ ଚାହିଁବି।


Enter your email to get our daily news in your inbox.

All Right Reserved By Dharitri.Com

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri