ଲାଲ୍ ସିଂ ଚଡ୍ଡାରେ ଶାହାରୁଖ!

ମୁମ୍ବାଇ: ବଲିଉଡ୍‌ର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁଙ୍କ ମୋଷ୍ଟ ଆୱେଟେଡ ଫିଲ୍ମ ‘ଲାଲ୍ ସିଂ ଚଡ୍ଡା’ର ଏବେ ଶୁଟିଂ ଚାଲିଛି । ଏଥିରେ ମୁଖ୍ୟ ଭୂମିକାରେ ଆମିର ଖାଁ ଓ କରିନା କପୁର ଖାଁ ନଜର ଆସିବେ । ମିଳିଥିବା ସୂଚନାରୁ ଜଣାପଡିଛି କି ଫିଲ୍ମ ଶାହାରୁଖ ଖାଁଙ୍କ ବ୍ୟାନର ରେଡ ଚିଲି ଏଣ୍ଟରଟେନମେଣ୍ଟ ଦ୍ୱାରା ପ୍ର୍‌ସ୍ତୁତ କରାଯାଉଥିବା ବେଳେ ବଲିଉଡ୍ ବାଦଶାହା ଶାହାରୁଖ ମଧ୍ୟ ଏଥିରେ ନଜର ଆସିବେ । ଏବେ ଦିଲ୍ଲୀରେ ଏହି ଫିଲ୍ମର ଶୁଟିଂ ଚାଲିଥିବା ବେଳେ ଶାହାରୁଖ କୁଆଡେ ଇତିମଧ୍ୟରେ ଦିଲ୍ଲୀ ପହଞ୍ଚି ସାରିଛନ୍ତି । ବେଶ୍ କିଛିଦନ ହେବ ବଡ ପରଦାରୁ ଦୂରରେ ଥିବା ଶାହାରୁଖ ପୁଣିଥରେ ବଡ ପରଦାକୁ ଫେରୁଛନ୍ତି । ଏହାକୁ ନେଇ ତାଙ୍କ ପ୍ରଶଂସକଙ୍କ ମନରେ ଅନେକ ଉତ୍କଣ୍ଠା । ଏହାସହ ୨୦୧୮ପରେ ଏବେ ସେ ପୁଣିଥରେ ୟଶ ରାଜ ବ୍ୟାନରରେ ନିର୍ମିତ ଫିଲ୍ମ ‘ପଠାନ’ରେ ଦର୍ଶକଙ୍କ ନିକଟତର ହେବାକୁ ଯାଉଛନ୍ତି । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ରହିଛନ୍ତି ଦୀପିକା ପାଦୁକୋନ ଓ ଜନ୍ ଅବ୍ରାହମ । ଜନ୍ ଏକ ଖଳନାୟକ ଭୂମିକାରେ ଏଥିରେ ନଜର ଆସିବେ । ଏହାର ନିର୍ଦ୍ଦେଶକ ରହିଛନ୍ତି ସିଦ୍ଧାର୍ଥ ଆନନ୍ଦ । ଏହା ଏକ ଆକ୍ସନ୍ ଥ୍ରୀଲର ଫିଲ୍ମ । ଆଦିତ୍ୟ ଚୋପ୍ରା ଏଥିପାଇଁ ଏକ ବଡ ବଜେଟ୍ ରଖିଛନ୍ତି । କୁହାଯାଉଛି ଏହା ବଲିଉଡ୍‌ର ସବୁଠାରୁ ଅଧିକ ବଜେଟର ଆକ୍ସନ ଫିଲ୍ମ ହେବ । ତେବେ ଏହାର ବଜେଟ୍ ପାଖାପାଖି ୨ଶହ କୋଟି ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ବଡ଼ ଚମତ୍କାର! ଏହି ୩ ରାଶିଙ୍କୁ ମିଳିବ ଧନ ଓ କ୍ୟାରିୟରରେ ଜବରଦସ୍ତ ଲାଭ

ମଙ୍ଗଳ ଗ୍ରହ ୨୪ ଜୁଲାଇରେ ମୃଗଶିରା ନକ୍ଷତ୍ରରେ ପ୍ରବେଶ କରିଥିଲେ। ବର୍ତ୍ତମାନ ଆଜି ୧୨ ଅଗଷ୍ଟ ବୁଧବାର ରାତ୍ରୀ ୧୦ଟା ୪୨ ମିନିଟରେ ମଙ୍ଗଳ ଗ୍ରହ ଆର୍ଦ୍ରା…

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri