୮ ଦେଶରେ ଶୁଟିଂ ହୋଇଛି ଶାହାରୁଖଙ୍କ ଫିଲ୍ମ ‘ପଠାନ’

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହାରୁଖ ଖାନ୍‌ ଆଜିକାଲି ନିଜ ଅପକମିଂ ଫିଲ୍ମ ‘ପଠାନ’କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଏହି ଫିଲ୍ମରେ ଶାହାରୁଖଙ୍କୁ ଏକ ଭିନ୍ନ ଅନ୍ଦାଜରେ ଦେଖିବାକୁ ମିଳି। ଏଥିରେ ସେ ବିପଜ୍ଜନକ ଆକ୍ସନ ଏବଂ ଷ୍ଟଣ୍ଟ କରୁଥିବା ନଜର ଆସିଛନ୍ତି। ଯାହା ଟ୍ରେଲର୍‌ରୁ ସ୍ପଷ୍ଟ ହୋଇଯାଇଛି। ନିର୍ମାତାମାନେ ଏହି ଫିଲ୍ମ ତିଆରି କରିବା ପାଇଁ କୋଟି କୋଟି ଟଙ୍କା ପାଣି ପରି ଖର୍ଚ୍ଚ କରିଛନ୍ତି। କେବଳ ସେତିକି ନୁହେଁ ୮ଟି ଦେଶରେ ଏହି ଫିଲ୍ମର ଶୁଟିଂ କରାଯାଇଥିବା ଜଣାପଡିଛି। ଫିଲ୍ମ ପଠାନ ୨୫୦ କୋଟି ବଜେଟ୍‌ରେ କରାଯାଇଛି। ଟ୍ରେଡ ଆନାଲିଷ୍ଟ ତରନ ଆଦର୍ଶ ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ଏହି ସୂଚନା ଦେଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ଶାହରୁଖଙ୍କ ଫିଲ୍ମ ‘ପଠାନ’ ଭାରତ ବ୍ୟତୀତ ସ୍ପେନ, ୟୁଏଇ, ତୁର୍କୀ, ରୁଷିଆ, ସାଇବେରିଆ, ଇଟାଲୀ, ଫ୍ରାନ୍ସ ଏବଂ ଆଫଗାନିସ୍ତାନରେ ଶୁଟିଂ କରାଯାଇଛି। ଏହି ଫିଲ୍ମରେ ଶାହରୁଖ ଖାନ୍‌ଙ୍କ ବ୍ୟତୀତ ଜନ୍‌ ଆବ୍ରହାମ ଏବଂ ଦୀପିକା ପାଦୁକୋନଙ୍କ ଭଳି ଷ୍ଟାରଙ୍କୁ ଦେଖିବାକୁ ମିଳିବ। ସିଦ୍ଧାର୍ଥ ଆନନ୍ଦଙ୍କ ଦ୍ୱାରା ନିର୍ଦ୍ଦେଶିତ ଫିଲ୍ମଟି ହିନ୍ଦୀ ବ୍ୟତୀତ ତାମିଲ ଏବଂ ତେଲୁଗୁ ଭାଷାରେ ରିଲିଜ୍‌ ହେବ। ଏହି ଫିଲ୍ମଟି ୟଶ ରାଜ ଫିଲ୍ମସ୍‌ ପ୍ରଡକ୍ସନ୍‌ ହାଉସ୍‌ ବ୍ୟାନରରେ ପ୍ରସ୍ତୁତ କରାଯାଇଥିବା ବେଳେ ୨୦୨୩ ଜାନୁଆରୀ ୨୫ରେ ଏହା ରିଲିଜ୍‌ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri