ବଲିଉଡ୍‌ରେ ୨୮ ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇଲେ ଡନ୍‌

ମୁମ୍ବାଇ: ବଲିଉଡ୍‌ର ବାଦ୍‌ଶାହା, କିଙ୍ଗ ଖାନ୍‌ ଅଫ୍‌ ବଲିଉଡ୍‌ ତଥା ଡନ୍‌ କଳାକାର ଶାହାରୁଖ ଖାଁଙ୍କର ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ୨୮ ବର୍ଷ ପୂରଣ ହୋଇଛି। ଏହାକୁ ନେଇ ସେ ତାଙ୍କ ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେମାନଙ୍କ ଭଲପାଇବା ହିଁ ତାଙ୍କୁ ବଲିଉଡ୍‌ରେ ଏକ ଭିନ୍ନ କଳାକାରର ପରିଚୟ ଦେଇଛି ବୋଲି ଶାହାରୁଖ ଟୁଇଟ୍‌ କରି କହିଛନ୍ତି। ସେ ଲେଖିଛନ୍ତି କେତେବେଳେ ମୋର ପାସନ ମୋର ପର୍ପସ ଓ ପ୍ରଫେସନରେ ପରିଣତ ହେଲା ତାହା ମୁଁ ଜାଣିନି। ହେଲେ ଆପଣମାନଙ୍କ ଭଲପାଇବା ଯୋଗୁ ମୁଁ ଆଜି ବଲିଉଡ୍‌ ଦୁନିଆରେ ୨୮ ବର୍ଷ ପୂରଣ କରିଛି ବୋଲି ସେ ଲେଖିଛନ୍ତି। ୫୪ ବର୍ଷୀୟ ଏହି କଳାକାର ପ୍ରଥମେ ୧୯୯୪ରେ ମୁଭି ‘ଦିଓ୍ବାନା’ ମାଧ୍ୟମରେ ବଲିଉଡ୍‌ରେ ପାଦ ରଖିଥିବା ବେଳେ ପରେ ସେ ତିଆରି କରିଥିଲେ ନିଜର ଏକ ସ୍ବତନ୍ତ୍ର ପରିଚୟ। ବାଜିଗର, ଡର, ଅନଜାନ ଆଦିରେ ତାଙ୍କୁ ଖଳନାୟକ ଭୂମିକାରେ ଦେଖିବାକୁ ମିଳିଥିବା ବେଳେ ଦିଲଓ୍ବାଲେ ଦୁଲହନିୟା ଲେ ଜାଏଙ୍ଗେରେ ଜଣେ ରୋମାଣ୍ଟିକ ନାୟକ ଭାବେ ଦର୍ଶକେ ତାଙ୍କ ଅଭିନୟକୁ ବେଶ୍‌ ପସନ୍ଦ କରିଥିଲେ। ସେହିପରି ଦେବଦାସ, ସ୍ବେଦେଶ, ଚକ ଦେ ଇଣ୍ଡିଆ, ଚାଇନା ଏକ୍ସପ୍ରେସ ଓ ଡନ୍‌ରେ ତାଙ୍କ ଅଭିନୟକୁ ମଧ୍ୟ ମିଳିଥିଲା ଦର୍ଶକୀୟ ସ୍ବୀକୃତି। ୧୪ ଥର ଫିଲ୍ମ ଫେୟାର ଆଓ୍ବାର୍ଡ ଜିତିଥିବା ଶାହାରୁଖ ମଧ୍ୟ ବେସାମରିକ ସମ୍ମାନ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ…

ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା

ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ…

୬୬ ଜଣଙ୍କୁ ଚୋରି ମୋବାଇଲ ଫେରାଇଲା ଛତ୍ରପୁର ଉପଖଣ୍ଡ ପୋଲିସ

ଛତ୍ରପୁର,୨୯।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଦାରା ଛତ୍ରପୁର ଉପଖଣ୍ଡ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜାମ ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବି.…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍‌ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…

ଜୁଲାଇ ୩୧ରୁ ମିଳିବନି ଚିକେନ୍! ବିକ୍ରି ବନ୍ଦ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୯ା୭: ଭାରତ ଏକ ବିବିଧତାରେ ପରିପୂର୍ଣ୍ଣ ଦେଶ, ଯେଉଁଠାରେ ଭିନ୍ନ ଭିନ୍ନ ଧର୍ମ, ବିଶ୍ୱାସ ଏବଂ ଚିନ୍ତାଧାରାର ଲୋକମାନେ ବାସ କରନ୍ତି। ଆମିଷ (ନନ୍-ଭେଜ୍) ଖାଉଥିବା ଲୋକଙ୍କ…

ଲୋକ ସଭାରେ ରାହୁଲ ଖୋଲାଖୋଲି କହିଦେଲେ ଏକ ବଡ଼ କଥା, ରାଗିଗଲେ କିରେନ ରିଜିଜୁ, କହିଲେ କ୍ଷମା ନ ମାଗିଲେ…

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ପେପର ଲିକ୍‌ ବିରୋଧୀ ବିଲ୍‌ ସମୟରେ ରାହୁଲ ଗାନ୍ଧୀ ତାଙ୍କର ଭାଷଣ ରଖିଥିଲେ। ଏହି ସମୟରେ ରାହୁଲ ଜୋର୍‌ ଦେଇ କହିଥିଲେ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri