Posted inଖେଳ

ଅନ୍ତିମ ବଲରେ ମ୍ୟାଚ୍‌ ଛଡ଼ାଇ ଆଣିଲେ ଶାହରୁଖ ଖାନ

ନୂଆଦିଲ୍ଲୀ,୨୨।୧୧: ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟର ଟ୍ରଫି ହାତେଇଛି ତାମିଲନାଡୁ। ସୋମବାର ଅରୁଣ ଜେଟଲି ଷ୍ଟାଡିୟମରେ ଖେଳାଯାଇଥିବା ରୋମାଞ୍ଚକ ଫାଇନାଲରେ ତାମିଲନାଡୁ ୪ ଉଇକେଟରେ କର୍ନାଟକକୁ ହରାଇ ଦେଇଛି। ବିଜୟ ପାଇଁ ୧୫୨ ରନ୍‌ର ଟାର୍ଗେଟ ପିଛା କରୁଥିବା ତାମିଲନାଡୁ ଏକଦା ବିଜୟ ଆଶା ଛାଡ଼ି ସାରିଥିଲା। କିନ୍ତୁ ଶାହରୁଖ ଖାନ ଅନ୍ତିମ ବଲରେ ଛକା ଲଗାଇ କର୍ନାଟକ ହାତରୁ ମ୍ୟାଚ୍‌ ଛଡ଼ାଇ ଆଣିଥିଲେ।

ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା କର୍ନାଟକର ଟପ୍‌ ଅର୍ଡର ପୂରା ଫେଲ୍‌ ମାରିଥିଲା। କିନ୍ତୁ ମଧ୍ୟ କ୍ରମରେ ଅଭିନବ ମନୋହର (୪୬ ରନ୍‌, ୪ ଚୌକା ଓ ୨ ଛକା) ଓ ପ୍ରବୀଣ ଦୁବେ (୩୩ ରନ୍‌, ୩ ଚୌକା ୧ ଛକା)ଙ୍କ ଯୋଗୁ ଦଳ ୨୦ ଓଭରରେ ୭ ଉଇକେଟ ହରାଇ ୧୫୧ ରନ୍‌ କରିଥିଲା। ୧୫୨ ରନ୍‌ର ପିଛା କରୁଥିବା ତାମିଲନାଡୁ ପାଇଁ ବିଜୟ ପଥ ମୁସ୍କିଲ କରି ଦେଇଥିଲେ କର୍ନାଟକର ବୋଲର ଓ ଫିଲ୍ଡର। ଓପନର ହରି ନିଶାନ୍ଥ (୨୩ ରନ୍‌, ୧ ଚୌକା ଓ ୨ ଛକା) ଆଉଟ୍‌ ହେବା ପରେ ତାମିଲନାଡୁ ବ୍ୟାଟରଙ୍କ ପାଇଁ ଚୌକା, ଛକା ଲଗାଇବା କଷ୍ଟକର ହୋଇପଡ଼ିଥିଲା। କ୍ରିଜ୍‌ରେ ଦକ୍ଷ ଓପନର ଏନ୍‌ ଜଗଦୀସାନ (୪୧) ଓ ଅଧିନାୟକ ବିଜୟ ଶଙ୍କର (୨୨) ଥିବା ସତ୍ତ୍ୱେ ଦଳ ୪ରୁ ୧୨ ଓଭର ମଧ୍ୟରେ ଗୋଟିଏ ହେଲେ ଚୌକା କିମ୍ବା ଛକା ମାରିପାରି ନ ଥିଲେ। ୧୬ତମ ଓଭରରେ ଦୁହେଁ ଛକା ମାରିବା ଉଦ୍ୟମ କରି କେ ସି କରିଆପ୍ପାଙ୍କ ବଲରେ କ୍ୟାଚ୍‌ ଆଉଟ୍‌ ହୋଇଥିଲା। ଫଳରେ ସବୁ କିଛି ନିର୍ଭର କରୁଥିଲା ଶାହରୁଖଙ୍କ ଉପରେ। ସେ ଅନ୍ତିମ ବଲରେ ଛକା ଲଗାଇ ତାମିଲନାଡକୁ ଦେଇଥିଲେ ରେକର୍ଡ ତୃତୀୟ ସୟଦ ମୁସ୍ତାକ ଅଲି ଟି୨୦ ଟ୍ରଫି। ସେ ୧୫ ବଲରେ ୩୩ ରନ୍‌ କରି ଅପରାଜିତ ଥିଲେ। ତାଙ୍କ ଇନିଂସରେ ୧ ଚୌକା ଓ ୩ ଛକା ସାମିଲ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri