Posted inଖେଳ

ଲଗାତର ୭ମ ମ୍ୟାଚ୍‌ ଜିତିଲା ଶାହରୁଖଙ୍କ ନାଇଟ୍‌ ରାଇଡର୍ସ ଦଳ

ତ୍ରିନିଦାଦ୍‌, ୨।୯: କାରିବୀୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ର ୨୧ତମ ମ୍ୟାଚ୍‌ରେ ତ୍ରିନିବାଗୋ ନାଇଟ୍‌ ରାଇଡର୍ସ ବିଜୟ ଲାଭ କରିଛି। ଏହି ମ୍ୟାଚ୍‌ରେ ନାଇଟ୍‌ ରାଇଡର୍ସ ୧୯ ରନରେ ଜାମାଇକା ତଲଓ୍ବାସକୁ ପରାସ୍ତ କରିଛି। ଫଳରେ ବଲିଉଡ୍‌ ସୁପର୍‌ଷ୍ଟାର୍‌ ଶାହରୁଖ ଖାନଙ୍କ ମାଲିକାନାରେ ଥିବା ନାଇଟ୍‌ ରାଇଡର୍ସ ଦଳ ଟୁର୍ନାମେଣ୍ଟରେ ଲଗାତର ୭ମ ବିଜୟ ଲାଭ କରିଛି। ବିଜୟ ସହ ଶାହରୁଖଙ୍କ ଦଳ ୧୪ ପଏଣ୍ଟ ପାଇ ୬ ଦଳୀୟ ଟେବୁଲ ତାଲିକାର ସର୍ବାଗ୍ରେ ରହିଛି। ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ନାଇଟ୍‌ ରାଇଡର୍ସ ୨୦ ଓଭରରେ ୪ ଉଇକେଟ୍‌ ହରାଇ ୧୮୪ ରନ କରିଥିଲା। ଦଳ ପକ୍ଷରୁ କଲିନ୍‌ ମୁନ୍‌ରୋ ସର୍ବାଧିକ ୬୫ ରନ କରିଥିଲେ। ଜବାବରେ ଜାମାଇକା ଆନ୍ଦ୍ରେ ରସେଲ (୫୦ ରନ, ୨୩ ବଲ, ୪ ଛକା, ୫ ଚୌକା)ଙ୍କ ବିସ୍ଫୋରକ ଅପରାଜିତ ଅର୍ଦ୍ଧଶତକ ସତ୍ତ୍ୱେ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ୍‌ ହରାଇ ୧୬୫ ରନ କରିବାକୁ ସମର୍ଥ ହୋଇଥିଲା। ମୁନ୍‌ରୋ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ପୁରସ୍କାର ଲାଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଗଜରାଜଙ୍କ ତାଣ୍ଡବ! ଜଣଙ୍କ ଜୀବନ ନେବା ପରେ ବି ଥମୁନି ଗୋଠଛଡ଼ା ଦନ୍ତାର ଉପଦ୍ରବ, ଚିନ୍ତାରେ ଗ୍ରାମବାସୀ

ବଞ୍ଚୋ,୧୭।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳରେ ଗଜରାଜଙ୍କ ଉପଦ୍ରବ ଥମିବାର ନାଁ ନେଉନାହିଁ । ପୁଣିଥରେ ଜନବସତି ମୁହାଁ ହୋଇଛି ଗୋଠଛଡ଼ା ଦନ୍ତା…

ଗମ୍ଭୀର ସ୍ନାୟୁ ରୋଗ ସହିତ ସଂଘର୍ଷ କରୁଛନ୍ତି ସୋନୁ ନିଗମ, ଯନ୍ତ୍ରଣାଦାୟକ ଭିଡ଼ିଓ ସେୟାର କରି….

ଗାୟକ ସୋନୁ ନିଗମ ଦୀର୍ଘ ଦିନ ଧରି ତାଙ୍କର ସୁମଧୁର କଣ୍ଠସ୍ୱର ପାଇଁ ଲୋକଙ୍କ ପ୍ରିୟ ହୋଇଆସିଛନ୍ତି, କିନ୍ତୁ ସେ ବର୍ତ୍ତମାନ ଏକ କଷ୍ଟକର ପର୍ଯ୍ୟାୟ ଦେଇ…

ବାରିପଦାରେ ଲଭ୍‌ ଜିହାଦ୍‌କୁ ନେଇ ଉତ୍ତେଜନା: କୋର୍ଟ ମ୍ୟାରେଜ ପୂର୍ବରୁ ବର, ବରଯାତ୍ରୀକୁ ଟେକିନେଲା ପୋଲିସ

ବାରିପଦା,୧୭।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରରେ ମଙ୍ଗଳବାର ‘ଲଭ୍‌ ଜିହାଦ୍‌’ ଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।…

ଚାଷୀଙ୍କ ପ୍ରଶ୍ନବାଣରେ ଘାଇଲା ମନ୍ତ୍ରୀ: ଆଜିଠାରୁ ସବୁ ମଣ୍ଡିରୁ ଉଠିବ ଧାନ

ନୂଆପଡ଼ା,୧୭ା୬ (ମକାରୁ ବେମାଲ):ନୂଆପଡ଼ା ଜିଲା ଗସ୍ତରେ ଆସିଥିବା ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କୁ ଚାଷୀଙ୍କ ପ୍ରଶ୍ନବାଣର ସମ୍ମୁଖୀନ ହେବାକୁ ପଡିଛି। ଜିଲାରେ…

ଧାନବିକ୍ରି ଟୋକନ ନ ମିଳିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ମାତ୍ର ଏପର୍ଯ୍ୟନ୍ତ ଟୋକନ ସମସ୍ୟା ଯୋଗୁ ଚାଷୀମାନେ ଗତ ରବିରେ ଅମଳ କରିଥିବା ଧାନ…

ନାବାଳିକା ଝାଡ଼ୁବିକାଳିଙ୍କୁ ଗଣବଳାତ୍କାର: ରାତିରେ ଉଠିଥିବା ବେଳେ…

କେନ୍ଦ୍ରାପଡ଼ା, ୧୭।୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଜଜାଙ୍ଗଠାରେ ଜଣେ ନାବାଳିକା ଝାଡୁ ବିକାଳି ଗଣବଳାତ୍କାରର ଶିକାର ହୋଇଛନ୍ତି। ଏନେଇ ପୀଡ଼ିତାଙ୍କ ପରିବାର ଥାନାରେ ଅଭିଯୋଗ କରିଛନ୍ତି।…

ଟୋଲ୍ ଟ୍ୟାକ୍ସ ଉପରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି! ଏମାନଙ୍କୁ ଦେବାକୁ ପଡ଼ିବନି ଟୋଲ ଟ୍ୟାକ୍ସ

ନୂଆଦିଲ୍ଲୀ,୧୭।୬: ଦେଶବ୍ୟାପୀ ଟୋଲ୍ ପ୍ଲାଜାରେ ଲମ୍ବା ଧାଡ଼ି ଏବଂ ବାରମ୍ବାର ଟୋଲ୍ ଦେୟ ଦେବାର ଅସୁବିଧାରୁ ମୁକ୍ତି ପାଇବାକୁ ଯାଉଛି । କେନ୍ଦ୍ର ସରକାର ଉନ୍ନତ ପ୍ରଯୁକ୍ତିବିଦ୍ୟା…

ମୋଦିଙ୍କ ସହ ସମ୍ପର୍କକୁ ନେଇ କହୁ କହୁ ଏମିତି କହିଲେ ମେଲୋନି: ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଓ୍ବାଶିଂଟନ୍‌,୧୭।୬: ବିଶ୍ୱ ନେତାମାନେ ଜି-୭ ଶିଖର ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ଫରାସୀ ସହର ଏଭିଆନରେ ଏକାଠି ହୋଇଥିଲେ। ଏହି କାର୍ଯ୍ୟକ୍ରମ ସମୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri