ଭୂମିକାକୁ ଶାହରୁଖଙ୍କ ଖଣ୍ଡନ

ମୁମ୍ବାଇ,୧୪।୨:କାତାର ଜେଲରୁ ଭାରତୀୟ ନୌସେନାର ୮ ପୂର୍ବତନ ଅଧିକାରୀଙ୍କ ମୁକ୍ତି ପଛରେ ବଲିଉଡ୍‌ ଅଭିନେତା ଶାହରୁଖ ଖାନ୍‌ଙ୍କ ସମ୍ପୃକ୍ତି ଥିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ପୂର୍ବରୁ ଗୁପ୍ତଚର ବୃତ୍ତି ଅଭିଯୋଗରେ ଫାଶୀଦଣ୍ଡାଦେଶ ପାଇଥିବା ଏହି ପ୍ରାକ୍ତନ ଅଫିସରମାନଙ୍କ ମଧ୍ୟରୁ ୭ ଜଣ ସୋମବାର ଭାରତରେ ପହଞ୍ଚତ୍ଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଗସ୍ତ ପୂର୍ବରୁ ଶାହରୁଖ୍‌ଙ୍କ ମଧ୍ୟସ୍ଥତାରେ ସେମାନଙ୍କୁ ମୁକ୍ତ କରାଯାଇଥିବା କେତେକ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିଲା। ତେବେ ଏଥିରେ ଶାହରୁଖଙ୍କ ସମ୍ପୃକ୍ତି ନାହିଁ ବୋଲି ଦର୍ଶାଇବା ପାଇଁ ସରକାରଙ୍କ ପକ୍ଷରୁ ତାଙ୍କ ଉପରେ ଚାପ ପକାଯାଇଥିବା କୁହାଯାଉଛି। ଶାହରୁଖ ଏଭଳି ରିପୋର୍ଟକୁ ଖଣ୍ଡନ କରି ପ୍ରାକ୍ତନ ଅଫିସରମାନଙ୍କ ମୁକ୍ତିରେ ତାଙ୍କର ଭୂମିକା ନ ଥିବା କହିଛନ୍ତି। ମାଇକ୍ରୋ ବ୍ଲଗିଂ ସାଇଟ୍‌ ଏକ୍ସ’ରେ ଅଭିନେତା ଏସ୍‌ଆର୍‌କେ ଉଲ୍ଲେଖ କରିଛନ୍ତି ଯେ, କାତାରରୁ ୮ ଭାରତୀୟ ମୁକ୍ତ ହେବା ପଛରେ ସେ ମଧ୍ୟସ୍ଥତା କରି ନ ଥିଲେ। ଭାରତ ସରକାରଙ୍କ ଅଧିକାରୀମାନେ ଏଥିପାଇଁ କୂଟନୈତିକ ସ୍ତରରେ ଉଦ୍ୟମ କରିଥିଲେ। ରାଜ୍ୟ ସଭାର ପୂର୍ବତନ ସଦସ୍ୟ ସୁବ୍ରମଣ୍ୟମ ସ୍ବାମୀ ପୂର୍ବତନ ନୌସେନା ଅଧିକାରୀମାନଙ୍କ ମୁକ୍ତି ପାଇଁ ସରକାର ଶାହରୁଖଙ୍କ ହସ୍ତକ୍ଷେପ ଲୋଡ଼ିଥିବା ବିଷୟ ପ୍ରଘଟ କରିବା ପରେ ଅଭିନେତା ଏହି ସଫେଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri