ସ୍ବର୍ଣ୍ଣ ପଦକ ଜିତିଲେ ଶାହାରୁଖଙ୍କ ପୁଅ

ବଲିଉଡ୍‌ର ବାଦ୍‌ଶାହା ଶାହାରୁଖ ଖାଁଙ୍କ ସାନପୁଅ ଅବରାମ ସ୍କୁଲରେ ଟାଏକୋଣ୍ଡୋ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ ଜିତିଛନ୍ତି। ପୁଅର ଏହି ବିଜୟରେ ଶାହାରୁଖ ମଧ୍ୟ ବହୁ ଖୁସି ଥିଲେ ଏବଂ ସେ ନିଜେ ମଞ୍ଚରେ ଅବରାମଙ୍କୁ ଚୁମ୍ବନ ଦେଇଥିଲେ। ଏହି ପ୍ରତିଯୋଗିତାର ଫଟୋଗୁଡ଼ିକ ଭାଇରାଲ ହେବାରେ ଲାଗିଛି।
ନିକଟରେ ଶାହାରୁଖ ତାଙ୍କ ପରିବାର ସହ ଟାଏକୋଣ୍ଡୋ ଟ୍ରେନିଂ ଏକାଡେମୀରେ ପହଞ୍ଚିଥିଲେ। ବଲିଉଡ୍‌ ଅଭିନେତ୍ରୀ କରିନା କପୁର ଖାଁ ଏବଂ ସୈଫ ଅଲି ଖାଁଙ୍କ ଭଳି ବଲିଉଡ ତାରକା ମଧ୍ୟ ସେଠାରେ ନଜର ଆସିଥିଲେ। ଅବରାମଙ୍କ ବ୍ୟତୀତ ତୈମୁର ଏବଂ କରିସ୍ମାଙ୍କ ପୁଅ କିଆନ ମଧ୍ୟ ଏହି ପ୍ରତିଯୋଗିତାରେ ଭାଗ ନେଇଥିଲେ। ଏହି ପ୍ରତିଯୋଗିତାରେ ଶାହାରୁଖଙ୍କ ପୁଅ ଭଲ ଖେଳ ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଥିଲେ।
ଅବରାମଙ୍କୁ ତାଙ୍କ ପିତା ଶାହାରୁଖଙ୍କ ହାତରେ ସ୍ବର୍ଣ୍ଣ ପଦକ ପ୍ରଦାନ କରାଯାଇଥିଲା। ଅବରାମଙ୍କ ପୂର୍ବରୁ ତାଙ୍କ ଭାଇ ଆର୍ଯ୍ୟନ ଏବଂ ଭଉଣୀ ସୁହାନା ମଧ୍ୟ ଟାଏକୋଣ୍ଡୋରେ ଟ୍ରେନିଂ ନେଇଛନ୍ତି।
ଶାହାରୁଖ ଖୁବ୍‌ ଶୀଘ୍ର ବଡ଼ ପରଦାରେ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି। ତାଙ୍କ ଅଭିନୀତ ଫିଲ୍ମ ‘ପଠାନ’ ଆସନ୍ତା ଜାନୁୟାରୀ ୨୫ରେ ମୁକ୍ତିଲାଭ କରିବ। ସିଦ୍ଧାର୍ଥ ଆନନ୍ଦଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ଦୀପିକା ପାଦୁକୋନ ଏବଂ ଜନ ଆବ୍ରାହମ ମଧ୍ୟ ତାଙ୍କ ସହ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri