Posted inଜାତୀୟ

ଦିଲ୍ଲୀରେ ଚହଳ: ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସରେ ଯୋଗଦେଲେ ଡଜନରୁ ଅଧିକ ଭାଜପା-ଏଏପି ନେତା

ନୂଆଦିଲ୍ଲୀ,୩୦।୮: ଆଗାମୀ ବର୍ଷ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେବେ ନିର୍ବାଚନୀ ଋତୁକୁ ଆଖି ଆଗରେ ଦେଖି ଦଳବଦଳ ଏବେଠୁ ଆରମ୍ଭ ହୋଇଯାଇଛି। ଗୁରୁବାର ଭାଜପା ଓ ଆମ ଆଦମୀ ପାର୍ଟିର ଏକ ଡଜନରୁ ଅଧିକ ନେତା କଂଗ୍ରେସରେ ସାମିଲ୍‌ ହୋଇଛନ୍ତି। ଯାହାକୁ ଦେଖି ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିବାରେ ଲାଗିଛି।

ଭାଜପା ନେତା କଂଗ୍ରେସରେ ସାମିଲ୍‌ ହେବାକୁ ନେଇ ଚର୍ଚ୍ଚା ହେଉଥିବାବେଳେ ନିଜ ଇଣ୍ଡିଆ ମେଣ୍ଟର ସହଯୋଗୀ ଦଳ ଏଏପିର ନେତା କଂଗ୍ରେସରେ ସାମିଲ୍‌ ହେବା ସମସ୍ତଙ୍କୁ ତାଜୁବ କରିଛି। ଏହି ମିଶ୍ରଣ କାର୍ଯ୍ୟକ୍ରମରେ କଂଗ୍ରେସର ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ। ଯେଉଁମାନେ ଭାଜପା ଓ ଏଏପିର ପୂର୍ବ ନେତାଙ୍କୁ ସ୍ବାଗତ କରି ସଦସ୍ୟତା ପ୍ରଦାନ କରିଥିଲେ।
ତେବେ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି କି, କଂଗ୍ରେସ ଏଏପି ସରକାରଙ୍କୁ ନିଶାଣ କରି ଦିଲ୍ଲୀରେ ଭୋଟବ୍ୟାଙ୍କ ହାତେଇବାକୁ ଚାହୁଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁ: ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ

କୋରାପୁଟ, ୧୪।୭ (ଅମିତାଭ ବେହେରା): ପବିତ୍ର ନେତ୍ର ଉତ୍ସବ ଅବସରରେ ମଙ୍ଗଳବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସକାଳଠାରୁ ଭକ୍ତଙ୍କ ପ୍ରବଳ…

ଜାତିସଂଘ ସୁରକ୍ଷା ପରିଷଦରେ ସଦସ୍ୟତା ପାଇଁ ଅଣ୍ଟା ଭିଡ଼ିଲା ଭାରତ

ନୂଆଦିଲ୍ଲୀ,୧୪।୭:ଭାରତ ୨୦୨୮-୨୯ କାର୍ଯ୍ୟକାଳ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ଅସ୍ଥାୟୀ ସଦସ୍ୟ ହେବା ପାଇଁ ନିର୍ବାଚନ ଅଭିଯାନ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର…

ନା ଘର ନା ଗାଡ଼ି…, ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କ ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ପାଟନା,୧୪।୭: ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର (ଜୁଲାଇ ୧୩) ଭାଜପା ପ୍ରାର୍ଥୀ ନୀରଜ ସିହ୍ନା ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ଶପଥପତ୍ରରୁ କିଛି ବିବରଣୀ…

ଶେଷ ପର୍ଯ୍ୟାୟରେ ରଥଯାତ୍ରା ପ୍ରସ୍ତୁତି: ଯୋଗ ଦେବେ କନ୍ଧମାଳ ଏମ୍‌ପି

ରାଇକିଆ, ୧୪।୭(ପ୍ରଦିପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋତ୍ସବ ଅନୁଷ୍ଠିତ ହେବା ସହ ମହାପ୍ରଭୁ ଜଗନ୍ନାଥ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି ।…

୧ ବିଲିୟନ ଡଲାର କ୍ଲବରେ ‘ମାଇକେଲ୍‌’

ଲସ୍‌ ଆଞ୍ଜେଲସ୍‌, ୧୪।୭: କିଙ୍ଗ୍‌ ଅଫ୍‌ ପପ୍‌ ଭାବେ ପରିଚିତ ମାଇକେଲ୍‌ ଜ୍ୟାକସନ୍‌ଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ୍‌’ ବିଶ୍ୱ ବକ୍ସ ଅଫିସରେ ନୂଆ ରେକର୍ଡ…

ଗୌରୀଙ୍କ ସହ ବିବାହର ୧୦ ଦିନ ଭିତରେ ଗୁଡ୍‌ନ୍ୟୁଜ୍‌ ଦେଲେ ଆମିର, ଖବର ଶୁଣି ସମସ୍ତେ ଚକିତ

ମୁମ୍ବାଇ: ବଲିଉଡ ଅଭିନେତା ଆମିର ଖାନ ଗତ ଜୁଲାଇ ୫ ତାରିଖରେ ନିଜ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍‌ଙ୍କୁ ବିବାହ କରିଛନ୍ତି। ବିବାହ ପରେ ଏହି ନବଦମ୍ପତି ନିଜ…

ଖେଳ ପଡ଼ିଆରେ ଲିଭିଗଲା ଜୀବନ ଦୀପ, ୨୨ ବର୍ଷୀୟ କ୍ରିକେଟରଙ୍କ ମୃତ୍ୟୁ

ଶ୍ରୀନଗର,୧୪।୭: ଜମ୍ମୁ କଶ୍ମୀରର ଡୋଡା ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଭାଦେରୱା ଅଞ୍ଚଳର ୨୨ ବର୍ଷୀୟ କ୍ରିକେଟର ସୁହେଲ ଅହମ୍ମଦ ଜୁଲାଇ ୧୩…

ଲଗାଣ ବର୍ଷା, ଆଜି ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ,୧୪।୭(ସନାତନ ରାଉତ): ଭଦ୍ରକ ଜିଲାରେ ଲଗାଣ ବର୍ଷା ଜାରି ରହିଛି । ଏହି କାରଣରୁ ଜିଲାର ସମସ୍ତ ସ୍କୁଲକୁ ମଙ୍ଗଳବାର ଛୁଟି ଘୋଷଣା କରାଯାଇଛି । ପରିସ୍ଥିତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri