କେମିତି ମିଳିବ ଅର୍ଥ ବ୍ୟବସ୍ଥାକୁ ଗତି: ମନ୍ତ୍ର ଦେଲେ ଶକ୍ତିକାନ୍ତ

ମୁମ୍ବାଇ,୨୭।୭: କରୋନା ମହାମାରୀ ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। ଏହି ସମୟରେ ଅର୍ଥ ବ୍ୟବସ୍ଥାର ଗତିବିଧିକୁ ବଢ଼ାଇବାର ଉପାୟ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁତ୍ୱାରୋପ କରିଛନ୍ତି। ସେ କହିଛନ୍ତି ଯେ, ଭିତ୍ତିଭୂମି କ୍ଷେତ୍ର ନିବେଶ ବୃଦ୍ଧି ହେବାର ଆବଶ୍ୟକତା ରହିଛି। ଉଦ୍ୟୋଗ ସଂଘ ସିଆଇଆଇର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଶକ୍ତିକାନ୍ତ କହିଛନ୍ତି, ନିବେଶ ବୃଦ୍ଧି ଲାଗି ଉଭୟ ସରକାରୀ ଏବଂ ଘରୋଇ କ୍ଷେତ୍ରର ଯୋଗଦାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାର କୃଷିକ୍ଷେତ୍ର ଲାଗି ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଯୋଗୁ ଉକ୍ତ କ୍ଷେତ୍ର ଲାଭବାନ୍‌ ହେବ। କୃଷିକ୍ଷେତ୍ର ଆକର୍ଷଣର କେନ୍ଦ୍ରବିନ୍ଦୁ ହେବାକୁ ଯାଉଛି। ଦେଶ ମଧ୍ୟରେ ଏମିତି ନୀତି ଆସିବାର ଆବଶ୍ୟକତା ରହିଛି ଯାହାଦ୍ୱାରା କୃଷିକ୍ଷେତ୍ର ଅଭିବୃଦ୍ଧି ସାଧନ କରିବାକୁ ସକ୍ଷମ ହେବ। ବିଶେଷକରି କୃଷି ଆୟ ବୃଦ୍ଧି ଉପରେ ନୀତି ଆଣିବାକୁ ହେବ। ଆମେରିକା, ବ୍ରିଟେନ, ୟୁରୋପୀୟ ସଂଘ ଏବଂ ଅନ୍ୟ ଦେଶ ସହ ମୁକ୍ତ ବାଣିଜ୍ୟ ଚୁକ୍ତି ସମ୍ପୂର୍ଣ୍ଣ କରିବା ଲାଗି ମଧ୍ୟ ସରକାର ଧ୍ୟାନ ଦିଅନ୍ତୁ ବୋଲି ଦାସ ମତବ୍ୟକ୍ତ କରିଛନ୍ତି। ଗ୍ଲୋବାଲ ଭାଲ୍ୟୁ ଚେନ୍‌ର ୧% ଯୋଗଦାନ ବଢ଼ିଲେ ପ୍ରତି ବ୍ୟକ୍ତିର ଆୟ ଉପରେ ଏହାର ସୁପ୍ରଭାବ ପଡିବ। ଘରୋଇ ବଜାର ଉପରେ ରିଜର୍ଭ ବ୍ୟାଙ୍କ ବର୍ତ୍ତମାନ ନଜର ରଖିଛି। ସେହିଭଳି ସେ ବ୍ୟାଙ୍କଗୁଡିକୁ ଆହ୍ବାନ ଦେଇ କହିଛନ୍ତି ଯେ, ପ୍ରତିକୂଳ ସ୍ଥିତିକୁ ସହିବା ଲାଗି କ୍ଷମତା ଏବଂ ଚ୍ୟାଲେଞ୍ଜିଂ ସ୍ଥିତିକୁ ସାମ୍ନା କରିବା ପୁଞ୍ଜିକୁ ଧ୍ୟାନରେ ରଖିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri