କେମିତି ମିଳିବ ଅର୍ଥ ବ୍ୟବସ୍ଥାକୁ ଗତି: ମନ୍ତ୍ର ଦେଲେ ଶକ୍ତିକାନ୍ତ

ମୁମ୍ବାଇ,୨୭।୭: କରୋନା ମହାମାରୀ ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। ଏହି ସମୟରେ ଅର୍ଥ ବ୍ୟବସ୍ଥାର ଗତିବିଧିକୁ ବଢ଼ାଇବାର ଉପାୟ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁତ୍ୱାରୋପ କରିଛନ୍ତି। ସେ କହିଛନ୍ତି ଯେ, ଭିତ୍ତିଭୂମି କ୍ଷେତ୍ର ନିବେଶ ବୃଦ୍ଧି ହେବାର ଆବଶ୍ୟକତା ରହିଛି। ଉଦ୍ୟୋଗ ସଂଘ ସିଆଇଆଇର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଶକ୍ତିକାନ୍ତ କହିଛନ୍ତି, ନିବେଶ ବୃଦ୍ଧି ଲାଗି ଉଭୟ ସରକାରୀ ଏବଂ ଘରୋଇ କ୍ଷେତ୍ରର ଯୋଗଦାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାର କୃଷିକ୍ଷେତ୍ର ଲାଗି ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଯୋଗୁ ଉକ୍ତ କ୍ଷେତ୍ର ଲାଭବାନ୍‌ ହେବ। କୃଷିକ୍ଷେତ୍ର ଆକର୍ଷଣର କେନ୍ଦ୍ରବିନ୍ଦୁ ହେବାକୁ ଯାଉଛି। ଦେଶ ମଧ୍ୟରେ ଏମିତି ନୀତି ଆସିବାର ଆବଶ୍ୟକତା ରହିଛି ଯାହାଦ୍ୱାରା କୃଷିକ୍ଷେତ୍ର ଅଭିବୃଦ୍ଧି ସାଧନ କରିବାକୁ ସକ୍ଷମ ହେବ। ବିଶେଷକରି କୃଷି ଆୟ ବୃଦ୍ଧି ଉପରେ ନୀତି ଆଣିବାକୁ ହେବ। ଆମେରିକା, ବ୍ରିଟେନ, ୟୁରୋପୀୟ ସଂଘ ଏବଂ ଅନ୍ୟ ଦେଶ ସହ ମୁକ୍ତ ବାଣିଜ୍ୟ ଚୁକ୍ତି ସମ୍ପୂର୍ଣ୍ଣ କରିବା ଲାଗି ମଧ୍ୟ ସରକାର ଧ୍ୟାନ ଦିଅନ୍ତୁ ବୋଲି ଦାସ ମତବ୍ୟକ୍ତ କରିଛନ୍ତି। ଗ୍ଲୋବାଲ ଭାଲ୍ୟୁ ଚେନ୍‌ର ୧% ଯୋଗଦାନ ବଢ଼ିଲେ ପ୍ରତି ବ୍ୟକ୍ତିର ଆୟ ଉପରେ ଏହାର ସୁପ୍ରଭାବ ପଡିବ। ଘରୋଇ ବଜାର ଉପରେ ରିଜର୍ଭ ବ୍ୟାଙ୍କ ବର୍ତ୍ତମାନ ନଜର ରଖିଛି। ସେହିଭଳି ସେ ବ୍ୟାଙ୍କଗୁଡିକୁ ଆହ୍ବାନ ଦେଇ କହିଛନ୍ତି ଯେ, ପ୍ରତିକୂଳ ସ୍ଥିତିକୁ ସହିବା ଲାଗି କ୍ଷମତା ଏବଂ ଚ୍ୟାଲେଞ୍ଜିଂ ସ୍ଥିତିକୁ ସାମ୍ନା କରିବା ପୁଞ୍ଜିକୁ ଧ୍ୟାନରେ ରଖିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri