ଘଟଗାଁ ମା’ ତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟସଚିବ ଶକ୍ତିକାନ୍ତ ଦାସ

କେନ୍ଦୁଝର,୧୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଓଡ଼ିଶାକୁ ତିନି ଦିନିଆ ଗସ୍ତରେ ଆସିଥିବା ବେଳେ ଶନିବାର କେନ୍ଦୁଝର ଗ୍ରସ୍ତରେ ଯାଇ ଘଟଗାଁ ମା’ତାରିଣୀଙ୍କ ଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧ ଟାରେ ସେ ତାଙ୍କ ଧର୍ମପତ୍ନୀଙ୍କ ସହ ଘଟଗାଁ ତାରିଣୀ ମନ୍ଦିରରେ ପହଞ୍ଚିବା ପରେ ସ୍ଥାନୀୟ ପ୍ରଶାସନ ଏବଂ ଜିଲା ପ୍ରଶାସନ ପକ୍ଷରୁ ସ୍ବାଗତ ଜଣାଯାଇଥିଲା। ମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସପରିବାର ଦର୍ଶନ କରାଇବାରେ ସହଯୋଗ କରାଯାଇଥିଲା। ଶ୍ରୀଯୁକ୍ତ ଦାସ ମା’ଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ଆଶିଷ ଲାଭ କରିଥିଲେ। ଏହି ଅବସରରେ ମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ମା’ତାରିଣୀଙ୍କ ଧାନ ମୂର୍ତ୍ତି ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ମା’ଙ୍କ ଦର୍ଶନ ନେଇ ବହୁ ଦିନରୁ ଅଭିଳାଷା ଥିଲା। ମା’ଙ୍କ ଦର୍ଶନ କରି ଆଶ୍ରିବାଦ ଲାଭ କଲେ ବୋଲି ଦର୍ଶନ ପରେ ଶକ୍ତିକାନ୍ତ ଦାସ କହିଥିଲେ। ଏହି ସମୟରେ ଜିଲାପାଳ ବିଶାଲ ସିଂହ ଓ ଅନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ…

ଚାଲିଥିଲା ନକଲି ମଦ ପ୍ରସ୍ତୁତି: ଅଚାନକ ଚଢାଉ କଲା ଅବିକାରୀ ବିଭାଗ, ତା’ପରେ…

କେସିଙ୍ଗା,୩୦।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ସ୍ଥିତ ୱାର୍ଡ ନଂ ୧୦ର ୩ ନମ୍ବର ବିଦେଶୀ ମଦ ଦୋକାନ ପଛ ଗଳିରେ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri