ଘଟଗାଁ ମା’ ତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟସଚିବ ଶକ୍ତିକାନ୍ତ ଦାସ

କେନ୍ଦୁଝର,୧୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଓଡ଼ିଶାକୁ ତିନି ଦିନିଆ ଗସ୍ତରେ ଆସିଥିବା ବେଳେ ଶନିବାର କେନ୍ଦୁଝର ଗ୍ରସ୍ତରେ ଯାଇ ଘଟଗାଁ ମା’ତାରିଣୀଙ୍କ ଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧ ଟାରେ ସେ ତାଙ୍କ ଧର୍ମପତ୍ନୀଙ୍କ ସହ ଘଟଗାଁ ତାରିଣୀ ମନ୍ଦିରରେ ପହଞ୍ଚିବା ପରେ ସ୍ଥାନୀୟ ପ୍ରଶାସନ ଏବଂ ଜିଲା ପ୍ରଶାସନ ପକ୍ଷରୁ ସ୍ବାଗତ ଜଣାଯାଇଥିଲା। ମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସପରିବାର ଦର୍ଶନ କରାଇବାରେ ସହଯୋଗ କରାଯାଇଥିଲା। ଶ୍ରୀଯୁକ୍ତ ଦାସ ମା’ଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ଆଶିଷ ଲାଭ କରିଥିଲେ। ଏହି ଅବସରରେ ମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ମା’ତାରିଣୀଙ୍କ ଧାନ ମୂର୍ତ୍ତି ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ମା’ଙ୍କ ଦର୍ଶନ ନେଇ ବହୁ ଦିନରୁ ଅଭିଳାଷା ଥିଲା। ମା’ଙ୍କ ଦର୍ଶନ କରି ଆଶ୍ରିବାଦ ଲାଭ କଲେ ବୋଲି ଦର୍ଶନ ପରେ ଶକ୍ତିକାନ୍ତ ଦାସ କହିଥିଲେ। ଏହି ସମୟରେ ଜିଲାପାଳ ବିଶାଲ ସିଂହ ଓ ଅନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରୁ ଉଠୁନି ଧାନ, ରାସ୍ତା ଅବରୋଧ କଲେ ଚାଷୀ

ଭବାନୀପାଟଣା,୧୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନକିଣା ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଜିଲାର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri