୩୦ ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା ‘ଶଲା ବୁଢ଼ାର ବଦ୍‌ଲା’

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ଚଳଚ୍ଚିତ୍ର କହୁଛି ଓଡ଼ିଶାର ପରମ୍ପରା। ଗାଁର କଥା, ସାହିର କଥା ଆଉ ମଣିଷ ମଣିଷର କଥା। ମଣିଷ ଭିତରେ ଥିବା ରାଗ, କ୍ରୋଧକୁ ସମ୍ଭାଳି ନ ପାରି ସେ ଅନ୍ୟଠୁ ବଦଲା ନେବାକୁ ସବୁବେଳେ ଆଗଭର ଥାଏ। ତାହା ବି ଅମାନବିକ ଭାବରେ। କିନ୍ତୁ ପ୍ରକୃତ ବଦ୍‌ଲା ଯେ କ୍ଷମା, ଭଲପାଇବା, ଆଦର, ସତ୍କାରରୁ ନେଇହେବ ତାହା ସ୍ପଷ୍ଟ କରିଛି ଚଳଚ୍ଚିତ୍ର ଶଲା ବୁଢ଼ାର ବଦଲା। କାହାଣୀ ଯେତିକି ସରଳ, ଅଭିନୟ ସେମିତି ଜୀବନ୍ତ। ପୂର୍ବରୁ ଅନେକ ଚରିତ୍ରଙ୍କ ଅଭିନୟ ଦେଖେି ନଥିଲେ ବି ସେମାନେ ଯେ ନୂଆ କରି ଅଭିନୟ କରୁଛନ୍ତି ତାହା ଚଳଚ୍ଚିତ୍ରରେ ଜଣାପଡ଼ୁ ନଥିଲା। ସମାଜକୁ ଏକ ଭଲ ଶିକ୍ଷା ଦେବା ସହ ଓଡ଼ିଆ ଭାବନା ଆଣିଦେଇଛି ଏହି ଚଳଚ୍ଚିତ୍ର। ଚଳଚ୍ଚିତ୍ରଟି ଗଁା କଥା ସହ କମେଡି ମଧ୍ୟ ଜବରଦସ୍ତ ହୋଇଛି। ସେହିପରି ଶେଷ ପର୍ଯ୍ୟନ୍ତ ବଦଲାଟା କିଭଳି ନିଆଯିବ ତାହା ସସପେନ୍ସ ରଖି ବେଶ୍‌ ସୁନ୍ଦର ଭାବେ ଉପସ୍ଥାପିତ କରାଯାଇଛି। ଶେଷରେ ମାରପିଟ କି ବିଶୃଙ୍ଖଳା ନ କରି କ୍ଷମା ଯେ ସବୁଠୁ ବଡ଼ ବଦଲା ହୋଇପାରେ ତାହା ଦର୍ଶାଯାଇଛି। ଶୁକ୍ରବାର ଓଡ଼ିଆ ଭାଷାରେ ଓଡିଶାର ୩୦ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି ବରିଷ୍ଠ ଚଳଚ୍ଚିତ୍ର ନିର୍ମାତା ତଥା ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ର। ପ୍ରଯୋଜକ କୁମାର ସି. ଦେବ ମହାପାତ୍ର ରହିଥିବା ବେଳେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ପଙ୍କଜ ଜାଲ। ଅଭିନୟରେ ସ୍ବର୍ଗତ ଅଟଳ ବିହାରୀ ପଣ୍ଡା, ଚନ୍ଦନା ସିଂହ, ଲୋଚନି ବାଗ, ବିନ୍ଦୁ, ବୈରାଗୀ,ନେତ୍ରାନନ୍ଦ,ଜିତ୍‌,ମଣ୍ଟୁ ମହାପାତ୍ର ପ୍ରମୁଖ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri