ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଶାଳିନୀ: ଜିଲାପାଳ ହୋଇ ଲୋକଙ୍କ ସେବା କରିବା ରହିଛି ଲକ୍ଷ୍ୟ

ପୁରୁଷୋତ୍ତମପୁର,୧୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ବଜାର ସାହି ଏକ କୃଷକ ପରିବାରରେ ଜନ୍ମ ଗ୍ରହଣ କରିଥିବା ଆଇ ଶାଳିନୀ(୨୩ ) ପ୍ରଥମ ପ୍ରୟାସରେ ଓଏଏସ୍‌ ପରୀକ୍ଷାରେ ସଫଳତା ଅର୍ଜନ କରିଛନ୍ତି। ଶାଳିନୀ ପରୀକ୍ଷାରେ ୪୪୫ନମ୍ବର ର଼୍ୟାଙ୍କ ରଖି କୃତକାର୍ଯ୍ୟ ହୋଇଛନ୍ତି।

ଓଏଏସ୍‌ ପାଇବାରେ ଶାଳିନୀ ପୁରୁଷୋତ୍ତମପୁରର ପ୍ରଥମ ଯୁବତୀ ବୋଲି ଜଣାପଡିଛି। ସେ ପୁରୁଷୋତ୍ତମପୁର ସରସ୍ବତୀ ଶିଶୁ ମନ୍ଦିରରୁ ୨୦୧୬ରେ ଦଶମ ଶ୍ରେଣୀ ପାସ୍‌ କରିବା ପରେ ୨୦୨୨ରେ ତାରାତାରିଣୀ କଲେଜରେ ଜୁଲୋଜିରେ ସ୍ନାତକ ଡିଗ୍ରୀ ହାସଲ କରି ୨୦୨୪ରେ ବ୍ରହ୍ମପୁର ଖଲ୍ଲିକୋଟ ବିଶ୍ବବିଦ୍ୟାଳୟରେ ପିଜି ଶିକ୍ଷା ସମାପ୍ତ କରିଛନ୍ତି।

ଶାଳିନୀଙ୍କ ସହ ଯୋଗାଯୋଗ ବେଳେ ସେ କହିଛନ୍ତି, ୨୦୧୩ରେ ହୋଇଥିବା ଫାଇଲିନ ବାତ୍ୟାରେ ଜିଲାପାଳ କିପରି ଲୋକଙ୍କୁ ସାହଯ୍ୟ କରୁଥିଲେ ତାହା ଗଣମାଧ୍ୟମରେ ଦେଖିବା ପରେ ନିଜେ ଜଣେ ଜିଲାପାଳ ହୋଇ ଲୋକଙ୍କୁ ସାହାଯ୍ୟ କରିବେ ସେନେଇ ମନରେ ଭାବନା ଆସିଥିଲା। ସେହିଦିନଠାରୁ ସେ ଜିଲାପାଳ ହେବା ଲାଗି ଇଚ୍ଚା ରଖିଛନ୍ତି। ଏହାକୁ ଲକ୍ଷ୍ୟ ରଖି ପାଠପଢାରେ ଗୁରୁତ୍ୱ ଦେଇ ଦିନକୁ ୬ ଘଣ୍ଟାରୁ ୮ ଘଣ୍ଟା ପଢୁଥିବା ବେଳେ ପରୀକ୍ଷା ସମୟରେ ୧୦ ଘଣ୍ଟା ପର୍ଯ୍ୟନ୍ତ ପଢିଥିବା ପ୍ରକାଶ କରିଛନ୍ତି।

୨୦୨୨ରୁ ସେ ଆଇଏଏସ୍‌ ଲାଗି ଉଦ୍ୟମ ଚଲାଇଥିବା ବେଳେ ଓଏଏସ୍‌ ପରୀକ୍ଷା ଦେଇଥିଲେ। ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସେ ଯେତିକି ଖୁସି ଅଛନ୍ତି ଆଇଏଏସ୍‌ ପାଇଲେ ଆହୁରି ଖୁସି ହେବେ ହେବେ ବୋଲି କହିଛନ୍ତି। ଆଇଏଏସ୍‌ ପାଇ ଜିଲାପାଳ ହେବା ଲକ୍ଷ୍ୟ ରହିଛି। ଏନେଇ ତାଙ୍କ ଉଦ୍ୟମ ଜାରି ରହିବ ବୋଲି ଶାଳିନୀ ପ୍ରତିକ୍ରିୟାରେ କହିଛନ୍ତି।

ଏହି ସଫଳତା ଲାଗି ବାପା ମୁକୁନ୍ଦ, ମା ସାବିତ୍ରୀ ଓ ଗୁରୁଜନ, ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ସାଙ୍ଗସାଥୀଙ୍କ ପ୍ରେରଣା ଉସାହକୁ ଶ୍ରେୟ ଦେଇଛନ୍ତି। ଏହି ସଫଳତା ପରେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri