Posted inଜାତୀୟ

ଗୋଡ଼ ତଳେ ପଡ଼ି ମାଗିବି କି

କୋଲକାତା,୧୬ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ରର ଭାଜପା ସରକାର ପଶ୍ଚିମବଙ୍ଗକୁ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବାବଦ ବକେୟା ଅର୍ଥ ଦେଉନାହାନ୍ତି। କେବଳ ଏତିକି ନୁହେଁ, ରାଜ୍ୟକୁ ଅନେକ କେନ୍ଦ୍ରୀୟ ଯୋଜନାର ପାଣ୍ଠି ମିଳୁନାହିଁ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ ଆଣିଛନ୍ତି। ବକେୟା ଅର୍ଥ ପାଇବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଗୋଡ଼ ତଳେ ପଡ଼ିବି କି ବୋଲି ସେ ପ୍ରଶ୍ନ କରିଛନ୍ତି।
ଝାରଗ୍ରାମରେ ଆଦିବାସୀମାନଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସ୍ବାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ମମତା କହିଥିଲେ, କେନ୍ଦ୍ର ୧୦୦ ଦିନର କର୍ମନିଯୁକ୍ତି ସୁନିଶ୍ଚିତ କରୁଥିବା ଯୋଜନାର ପାଣ୍ଠି ଦେବାକୁ ବାଧ୍ୟ। ବର୍ଷକ ପୂର୍ବେ ସେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏହି ବିଷୟରେ ଅବଗତ କରାଇଥିଲେ। ତଥାପି ଅର୍ଥ ମିଳିନାହିଁ। ତେଣୁ ସେ ମୋଦିଙ୍କ ଗୋଡ଼ ତଳେ ପଡ଼ି ମାଗିବେ କି ବୋଲି କଟାକ୍ଷ କରିଛନ୍ତି। ଭାଜପାକୁ ଟାର୍ଗେଟ କରି ମମତା ଆହୁରି କହିଛନ୍ତି, ଆମେ ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ବସବାସ କରୁଛେ ନା ଭାରତ ଏକ ‘ଓ୍ବାନ୍‌-ପାର୍ଟି କଣ୍ଟ୍ରି’ (ଗୋଟିଏ ଦଳ ଦ୍ୱାରା ପରିଚାଳିତ ଦେଶ)ରେ ପରିଣତ ହୋଇଗଲାଣି। ଆମକୁ ଆମର ପ୍ରାପ୍ୟ ଦିଆଯାଉ। ଏହା ହେଉଛି ଆମ ଟଙ୍କା। ଯଦି ଦେଇପାରୁ ନାହାନ୍ତି ତେବେ ଜିଏସ୍‌ଟି ଉଚ୍ଛେଦ କରନ୍ତୁ ବୋଲି ମମତା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri