ବିଶ୍ୱ ଅର୍ଥନୈତିକ ଫୋରମରେ ଶାଲୁ

ନୂଆଦିଲ୍ଲୀ,୨୫।୧: ଜିନ୍ଦଲ ଫାଉଣ୍ଡେଶନର ଅଧ୍ୟକ୍ଷା ତଥା ଓପି ଜିନ୍ଦଲ ବିଶ୍ୱବିଦ୍ୟାଳୟର କୁଳପତି ଶାଲୁ ଜିନ୍ଦଲ ସୁଇଜରଲାଣ୍ଡର ଡାଭୋସ୍‌ ଠାରେ ଅନୁଷ୍ଠିତ ବିଶ୍ୱ ଅର୍ଥନୈତିକ ଫୋରମରେ ଅଂଶଗ୍ରହଣ କରି ସକାରାତ୍ମକ ସାମାଜିକ ଏବଂ ଅର୍ଥନୈତିକ ବିକାଶ ପାଇଁ ଜିନ୍ଦଲ ଫାଉଣ୍ଡେଶନର ପ୍ରତିବଦ୍ଧତା ଉପରେ ଆଲୋକପାତ କରିଥିଲେ। ଏପରି କି ଅର୍ଥନୈତିକ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ସହିତ ଭବିଷ୍ୟତ ପିଢ଼ିକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ଫାଉଣ୍ଡେଶନର ପ୍ରଭାବଶାଳୀ ପଦକ୍ଷେପଗୁଡିକ ଉପରେ ମଧ୍ୟ ସେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଏହି ଫୋରମରେ ଇନଭେଷ୍ଟ ଇଣ୍ଡିଆ ପକ୍ଷରୁ ଆୟୋଜିତ ଇଣ୍ଡିଆ ପ୍ୟାଭିଲିୟନଠାରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଉପରେ ଅନୁଷ୍ଠିତ ଆଲୋଚନାଚକ୍ରରେ ଜିନ୍ଦଲ କେନ୍ଦ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀଙ୍କ ସହ ଯୋଗ ଦେଇଥିଲେ। ଦକ୍ଷତା ଅଭାବ ଦୂର କରିବା ଏବଂ ନିଯୁକ୍ତିକୁ ପ୍ରୋତ୍ସାହିତ କରିବା ଦିଗରେ ଜିନ୍ଦଲ ଫାଉଣ୍ଡେଶନ ଏବଂ ଭାରତ ସରକାରଙ୍କ ମଧ୍ୟରେ ପ୍ରଭାବଶାଳୀ ସହଯୋଗକୁ ଶାଲୁ ଗୁରୁତ୍ୱାରୋପ କରିଛନ୍ତି। ଦକ୍ଷତା ବିକାଶ କ୍ଷେତ୍ରରେ ମନ୍ତ୍ରୀ ଚୌଧୁରୀଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଶାଲୁ ତାଙ୍କୁ ପ୍ରଶଂସା କରିଥିଲେ। ଏହି ଅଧିବେଶନରେ ଦକ୍ଷତା ଅଭାବ ଦୂର କରିବା, ନିଯୁକ୍ତି ସୁଯୋଗକୁ ପ୍ରୋତ୍ସାହିତ କରିବା ଏବଂ ଅବହେଳିତ ସମ୍ପ୍ରଦାୟର ବ୍ୟକ୍ତିବିଶେଷଙ୍କୁ ସଶକ୍ତ କରିବା ପାଇଁ ଡିଜାଇନ୍‌ କରାଯାଇଥିବା ପ୍ରମୁଖ ପଦକ୍ଷେପଗୁଡିକ ଉପରେ ଆଲୋକପାତ କରାଯାଇଥିଲା। ସେହିପରି ୱିମେନ ଇନସ୍ପେରିଂ ନେଟୱର୍କ ଦ୍ୱାରା ଆୟୋଜିତ ଜେନେରେଶନାଲ ୱେଲ୍‌ଥ’ ଶୀର୍ଷକ ଏକ ସେଶନରେ ଯୋଗଦେଇ ସେ ଜିନ୍ଦଲ ଫାଉଣ୍ଡେଶନ ଦ୍ବାରା ବିଭିନ୍ନ ପଦକ୍ଷେପଗୁଡିକ ବିଷୟରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?