ଶାଲୁ ଜିନ୍ଦଲଙ୍କୁ ଇମ୍ପାକ୍ଟ ଲିଡର ପୁରସ୍କାର

Shalu Jindal

ନୂଆଦିଲ୍ଲୀ: ଜେଏସ୍‌ପିଏଲ ଫାଉଣ୍ଡେଶନର ଅଧ୍ୟକ୍ଷା ଶାଲୁ ଜିନ୍ଦଲଙ୍କୁ ‘ଭାରତର ଶ୍ରେଷ୍ଠ ୧୦ ଇମ୍ପାକ୍ଟ ଲିଡର’ ଭାବରେ ସମ୍ମାନିତ କରାଯାଇଛି। ଇଣ୍ଡିଆ ସିଏସଆର ନେଟଓ୍ବର୍କ ପକ୍ଷରୁ ୧୬ ଜାନୁୟାରୀ ୨୦୨୧ରେ ଆୟୋଜିତ ହୋଇଥିବା ‘ଇଣ୍ଡିଆ ସିଏସଆର ନେତୃତ୍ୱ ସମ୍ମିଳନୀ-୨୦୨୧ରେ ଶାଲୁ ଜିନ୍ଦଲଙ୍କୁ କୋଭିଡ୍‌-୧୯ ମହାମାରୀ ସମୟରେ ତାଙ୍କର ଅବଦାନ ପାଇଁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହି ପୁରସ୍କାର ଗ୍ରହଣ କରି ଶ୍ରୀମତୀ ଜିନ୍ଦଲ କହିଛନ୍ତି ଯେ,ଜେଏସ୍‌ପିଏଲ ଫାଉଣ୍ଡେଶନ ଭାରତ ନିର୍ମାଣ ଏବଂ ଜୀବନକୁ ସଶକ୍ତୀକରଣ କରିବାରେ ବିଶ୍ୱାସ କରେ। ଏହି ମହାମାରୀ ଯୋଗୁ ସୃଷ୍ଟି ହୋଇଥିବା ଦୁଃଖଦ ପରିସ୍ଥିତିରେ ଲୋକମାନଙ୍କର କଷ୍ଟ ଲାଘବ କରିବା ପାଇଁ ଆମେ କିଛି ପରିମାଣରେ ପ୍ରଚେଷ୍ଟା କରିଥିଲୁ। ଆଗକୁ ମଧ୍ୟ ଏଭଳି କାର୍ଯ୍ୟକ୍ରମ ଲୋକମାନଙ୍କ ପାଇଁ ଆମେ ଆମ ସେବା ଜାରି ରଖିବୁ ବୋଲି ସେ ମତ ଦେଇଥିଲେ। ସେହିଭଳି ଏହି ପୁରସ୍କାର ପାଇଁ ସେ ଇଣ୍ଡିଆ ସିଏସଆର ନେଟଓ୍ବର୍କକୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି। ସରକାରଙ୍କ ପକ୍ଷରୁ ଲାଗୁ କରାଯାଇଥିବା ଲକ୍‌ଡାଉନ ଓ ଶଟ୍‌ଡାଉନ ଭଳି କଠିନ ସମୟରେ ଫାଉଣ୍ଡେଶନ ବିଭିନ୍ନ ରାଜ୍ୟ ଓ ସ୍ଥାନରେ ଲୋକମାନଙ୍କୁ ଖାଇବା ଦେବା ଠାରୁ ଆରମ୍ଭ କରି ସ୍ବାସ୍ଥ୍ୟସେବା ପାଇଁ ଆବଶ୍ୟକ ସହାୟତା ଓ ଚିକିସତ୍ା ସୁବିଧା ସହିତ ବିବିଧ କାର୍ଯ୍ୟକ୍ରମ ଓ ଯୋଜନାମାନ କରି ସବୁ ବର୍ଗର ଲୋକଙ୍କ ନିକଟତର ହୋଇପାରିଥିଲା ବୋଲି ଫାଉଣ୍ଡେଶନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri