ବିଜେଡିରେ ମିଶିଲେ ସ୍ବାଧୀନ କାଉନସିଲର ଶମ୍ଭୁ ବଗର୍ତ୍ତୀ

କେସିଙ୍ଗା,୧୭।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଭବାନୀପାଟଣା ଟାଉନ ହଲ୍‌ଠାରେ ଗୁରୁବାର ପରିବର୍ଦ୍ଧିତ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ହିଲ୍‌ ଟାଉନ ପରିସରରୁ ଏକ ବାଇକ୍‌ ଶୋଭାଯାତ୍ରା ହୋଇଥିଲା। ପରେ ସହରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଏବଂ ରେଣ୍ଡୋ ମାଝୀଙ୍କ ପ୍ରତିମୂର୍ତ୍ତିରେ ଦଳୀୟ କର୍ମକର୍ତ୍ତା ମାଲ୍ୟାର୍ପଣ ପରେ ଶୋଭାଯାତ୍ରା ଟାଉନ ହଲ୍‌ରେ ପହଞ୍ଚି ଥିଲା।

ବିଜେଡି ଜିଲା ସଭାପତି ପୁଷ୍ପେନ୍ଦ୍ର ସିଂଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
କାର୍ଯ୍ୟକାରିଣୀ ବୈଠକରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ, ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ ଦିଶାରୀ, ନର୍ଲା ବିଧାୟକ ଭୂପିନ୍ଦର ସିଂ, ଧର୍ମଗଡ଼ ବିଧାୟକ ମୌଶଧି ବାଗଙ୍କ ସମେତ କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବ, ଶିଲୁ ପରିଡା ପ୍ରମୁଖ ଯୋଗ ଦେଇଥିଲେ।

ତୃଣମୂଳସ୍ତରରେ ସଙ୍ଗଠନକୁ ମଜଭୁତ କରିବା ସହ ଆଗାମୀ ସାଧାରଣ ନିର୍ବାଚନରେ ବିଜେଡି ଜିଲାରେ କିଭଳି ଭଲ ପ୍ରଦର୍ଶନ କରିବ ସେନେଇ ବୈଠକରେ ଆଲୋଚନା କରାଯାଇଥିଲା। ଏହି ଅବସରରେ କେସିଙ୍ଗା ଏନ୍‌ଏସିର ୬ ନମ୍ବର ୱାର୍ଡର ସ୍ବାଧୀନ କାଉନସିଲର ଶମ୍ଭୁ ବଗର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ସ୍ବଚ୍ଛଭାବମୂର୍ତ୍ତି ଏବଂ ସୁଶାସନରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଇଥିଲେ। କଳାହାଣ୍ଡି ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ତାଙ୍କୁ ସ୍ବାଗତ କରି ଉତ୍ତରୀୟ ପ୍ରଦାନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

କାହିଁକି ସୁଜାତାଙ୍କୁ କରାଗଲା ବଦଳି: ଚାଲିଛି ଜୋରଦାର ଚର୍ଚ୍ଚା

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କ ବିରୋଧରେ ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା...

ବାଦ୍‌ ପଡ଼ିଲେ ୩୫ ବିଧାୟକ, ୪୦ ନୂଆ ମୁହଁକୁ ଭରସା

ଭୁବନେଶ୍ୱର,୩ା୫(ଅନିଲ ଦାସ): ଚଳିତ ବିଧାନସଭା ନିର୍ବାଚନ ପାଇଁ ବିଜେଡି ୧୪୭ ପ୍ରାର୍ଥୀଙ୍କ ତାଲିକା ୯ଟି ପର୍ଯ୍ୟାୟରେ ଘୋଷଣା କରିଛି। ଦଳ ଗତଥର ଭରସା କରିଥିବା ୧୪୭...

ମତଦାନ ପୂର୍ବରୁ ବଢୁଛି ନାମାଙ୍କନ ତାତି

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ବର୍ତ୍ତମାନ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥିଙ୍କ ନାମାଙ୍କନ ଦାଖଲ...

୩ ସୂଚନା ଅଧିକାରୀଙ୍କ ଆଗୁଆ ଜାମିନ ଖାରଜ

କଟକ,୩ା୫ (କାର୍ତ୍ତିକ ସାହୁ): ସୂଚନା ଅଧିକାରର ମିଥ୍ୟା ତଥ୍ୟ ପ୍ରଘଟ କରିବା ମହଙ୍ଗା ପଡ଼ିଲା। ୩ ସୂଚନା ଅଧିକାର କର୍ମୀଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ...

୨୯୨ ଆପତ୍ତିଜନକ ପୋଷ୍ଟ୍‌ ବ୍ଲକ୍‌ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୩ା୫(ସତ୍ୟଜିତ୍‌ ରାଉତ):ଚଳିତ ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳର ସମର୍ଥକଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ପ୍ରଚାର ପାଇଁ...

ଓଭରହେଡ୍‌ କେବୁଲ ତାର ମୁକ୍ତ ଅଭିଯାନ ବାଟବଣା

ରାଉରକେଲା,୩ା୫(ବିପ୍ଲବ ରଞ୍ଜନ ଦାଶ): ସ୍ମାର୍ଟ ସିଟି ରାଉରକେଲା ଓଭରହେଡ୍‌ କେବୁଳ ମୁକ୍ତ ସହର ହେବ ବୋଲି ନିଷ୍ପତ୍ତି ନିଆଗଲା। ମାତ୍ରା ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ...

ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା

ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍‌ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri