ବିଜେଡିରେ ମିଶିଲେ ସ୍ବାଧୀନ କାଉନସିଲର ଶମ୍ଭୁ ବଗର୍ତ୍ତୀ

କେସିଙ୍ଗା,୧୭।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଭବାନୀପାଟଣା ଟାଉନ ହଲ୍‌ଠାରେ ଗୁରୁବାର ପରିବର୍ଦ୍ଧିତ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ହିଲ୍‌ ଟାଉନ ପରିସରରୁ ଏକ ବାଇକ୍‌ ଶୋଭାଯାତ୍ରା ହୋଇଥିଲା। ପରେ ସହରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଏବଂ ରେଣ୍ଡୋ ମାଝୀଙ୍କ ପ୍ରତିମୂର୍ତ୍ତିରେ ଦଳୀୟ କର୍ମକର୍ତ୍ତା ମାଲ୍ୟାର୍ପଣ ପରେ ଶୋଭାଯାତ୍ରା ଟାଉନ ହଲ୍‌ରେ ପହଞ୍ଚି ଥିଲା।

ବିଜେଡି ଜିଲା ସଭାପତି ପୁଷ୍ପେନ୍ଦ୍ର ସିଂଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
କାର୍ଯ୍ୟକାରିଣୀ ବୈଠକରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ, ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ ଦିଶାରୀ, ନର୍ଲା ବିଧାୟକ ଭୂପିନ୍ଦର ସିଂ, ଧର୍ମଗଡ଼ ବିଧାୟକ ମୌଶଧି ବାଗଙ୍କ ସମେତ କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବ, ଶିଲୁ ପରିଡା ପ୍ରମୁଖ ଯୋଗ ଦେଇଥିଲେ।

ତୃଣମୂଳସ୍ତରରେ ସଙ୍ଗଠନକୁ ମଜଭୁତ କରିବା ସହ ଆଗାମୀ ସାଧାରଣ ନିର୍ବାଚନରେ ବିଜେଡି ଜିଲାରେ କିଭଳି ଭଲ ପ୍ରଦର୍ଶନ କରିବ ସେନେଇ ବୈଠକରେ ଆଲୋଚନା କରାଯାଇଥିଲା। ଏହି ଅବସରରେ କେସିଙ୍ଗା ଏନ୍‌ଏସିର ୬ ନମ୍ବର ୱାର୍ଡର ସ୍ବାଧୀନ କାଉନସିଲର ଶମ୍ଭୁ ବଗର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ସ୍ବଚ୍ଛଭାବମୂର୍ତ୍ତି ଏବଂ ସୁଶାସନରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଇଥିଲେ। କଳାହାଣ୍ଡି ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ତାଙ୍କୁ ସ୍ବାଗତ କରି ଉତ୍ତରୀୟ ପ୍ରଦାନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗ (EC) ବିବାଦକୁ ନେଇ ବଢୁଛି ଜ୍ଞାନେଶ କୁମାରଙ୍କ ଅଡୁଆ, ମହାଭିଯୋଗ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ବିରୋଧୀ

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗ ଏବଂ SIR (ସିଷ୍ଟମାଟିକ ଇନଫର୍ମେସନ ରିଟ୍ରାଇଭାଲ) ପ୍ରକ୍ରିୟା ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ବର୍ତ୍ତମାନ…

ପ୍ରତି ମ୍ୟାଚ ପିଛା ୪.୮ କୋଟି ଟଙ୍କା… ଟିମ ଇଣ୍ଡିଆ ପାଇଁ ବଡ଼ ଲାଭ; ବିସିସିଆଇ (BCCI) ପାଇଲା…

ନୂଆଦିଲ୍ଲୀ,୨୪।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ‘ଟାଇଟଲ ସ୍ପନ୍ସର’ (ମୁଖ୍ୟ ପ୍ରାୟୋଜକ) ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିଛି। ବିଭିନ୍ନ ସୂତ୍ରରୁ ମିଳିଥିବା ଖବର…

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ଲଘୁଚାପ ବର୍ଷା

ଛତ୍ରପୁର,୨୪।୯(ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଖରିଫ ଋତୁ ଫସଲ ପରେ ନୂଆ ଫସଲ ଚାଷ କରିବା ପାଇଁ ଚାଷୀମାନେ…

ଇସ୍ତଫା ଦେବେ ଅଜିତ ଅଗରକର; ଏହି ତାରିଖରେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ ନାମ ଘୋଷଣା କରିବ BCCI

ନୂଆଦିଲ୍ଲୀ,୨୪।୯: ବର୍ତ୍ତମାନ ‘ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ’ (BCCI) ସମ୍ମୁଖରେ ଥିବା ସବୁଠାରୁ ବଡ଼ ସମସ୍ୟା ହେଉଛି ଜଣେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ…

‘ଜ୍ଞାନେଶ ତୁରନ୍ତ ଇସ୍ତଫା ଦିଅନ୍ତୁ, ଷଡ଼ଯନ୍ତ୍ରରେ ସାମିଲ ଅଛନ୍ତି ପ୍ରଧାନମନ୍ତ୍ରୀ ମୋଦ-ଶାହା’, ରାହୁଲଙ୍କ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗକୁ ନେଇ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

ଶ୍ରୀବଣା ଗାଁରେ ପୂର୍ବତନ ବିଧାୟକଙ୍କ ସହାୟତା, ଆବାସ ଯୋଜନାରେ ଘର ଯୋଗାଇଦେବାକୁ ବିଡିଓଙ୍କ ସହ ଆଲୋଚନା

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ ଶ୍ରୀବଣା ଗ୍ରାମର ଡ଼ି ଦୁର୍ଯ୍ୟଧନ ପାତ୍ରଙ୍କର ନିଜସ୍ୱ ଘର ନଥିବାରୁ ଗାଁ ଶେଷରେ ଟିଣ ପକାଇ…

ଖରସ୍ରୋତା ନଦୀକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ଯାଜପୁର,୨୪।୯: ଯାଜପୁର ଜିଲା ବିଞ୍ଝାରପୁର ଖରସ୍ରୋତା ନଦୀ ବ୍ରିଜ ଉପରୁ ଗୁରୁବାର ଜଣେ ମହିଳା ଡେଇଁ ପଡିଥିଲେ। ମହିଳା ଜଣକ ବ୍ରିଜ୍‌ ଉପରେ ଚପଲ ଓ ଛତା…

ପ୍ରସୂତିଙ୍କୂ ମିଳିଲାନି ଆମ୍ବୁଲାନ୍ସ ସେବା: ଅଧାବାଟରେ ଚାଲିଗଲା ଜୀବନ

କେନ୍ଦ୍ରାପଡ଼ା,୨୪।୯(ଜଗନ୍ନାଥ ଧଳ): ଆମ୍ବୁଲାନ୍ସ ସେବା ନ ପାଇ କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁର ସିଏଚ୍‌ସି ଅଧୀନ ନିକିରାଇ ଥାନା ଅନ୍ତର୍ଗତ ପୂର୍ବ ନିକିରାଇ ଗ୍ରାମରେ ଗୁରୁବାର ଜଣେ ପ୍ରସୂତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?