Posted inଜାତୀୟ

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି ପୀଡ଼ିତାଙ୍କୁ ଅଭିଯୁକ୍ତ ଜଣକ ଅଖାରେ ଭର୍ତ୍ତିକରି ଏକ କୂଅ ନିକଟରେ ଫିଙ୍ଗି ଦେଇଥିଲେ।

ପୋଲିସ ଅଧିକାରୀଙ୍କ କହିବା ଅନୁଯାୟୀ, ନାବାଳିକା ଜଣକ ସ୍କୁଲରୁ ଘରକୁ ଫେରି ପାଖ ଦୋକାନକୁ ଚକୋଲେଟ୍‌ କିଣିବାକୁ ଯାଇଥିଲେ। ସେଠାରେ ଉପସ୍ଥିତ ଥିବା ଅଭିଯୁକ୍ତ ଧନେଶ୍ୱର ସାହୁ(୩୫) ନାବାଳିକାଙ୍କୁ ଚକୋଲେଟ୍‌ ଦେଇ ଘରେ ଛାଡ଼ିଦେବାର ପ୍ରଲୋଭନ ଦେଖାଇ ଅପହରଣ କରିନେଇଥିଲେ। ଦୀର୍ଘ ସମୟ ଯାଏ ଝିଅ ଘରକୁ ନ ଫେରିବାରୁ ପରିବାର ସଦସ୍ୟ ଓ ଗ୍ରାମବାସୀ ଖୋଜାଖୋଜି କରିଥିଲେ।

୨ ଘଣ୍ଟାର ତଲାସି ପରେ କୂଅ ନିକଟରେ ଏକ ଅଖା ହଲ୍‌ଚଲ ହେଉଥିବା ୨ଜଣ ଯୁବକ ଦେଖିବାକୁ ପାଇଥିଲେ। ଅଖା ଖୋଲିବାରୁ ନାବାଳିକା ଭିତରେ ଥିବା ଓ ପାଟିକୁ ବନ୍ଦ କରାଯାଇଥିବା ଦେଖାଯାଇଥିଲା।

ଅନ୍ୟପକ୍ଷେ ନାବାଳିକା ଜଣକ ଭୟଭୀତ ଅବସ୍ଥାରେ ଥିଲେ। ଡାକ୍ତରୀ ପରୀକ୍ଷା ପରେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ସ୍ପଷ୍ଟ ହୋଇଛି। ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତ ଧନେଶ୍ୱରଙ୍କୁ ଗିରଫ କରିଛି। ଫୋରେନ୍‌ସିକ ସାଇନ୍ସ ଲାବରେଟୋରିର ଏକ ଟିମ୍‌ ଘଟଣାସ୍ଥଳରୁ ତଥ୍ୟପ୍ରମାଣ ସଂଗ୍ରହ କରଥିବା ପୋଲିସ ଏସ୍‌ଡିପିଓ ଅନୁପ୍‌ ଲାକ୍ରା କହିଛନ୍ତି।

ଘଟଣାକୁ ନେଇ ଆଖପାଖ ଗ୍ରାମରେ ଉତ୍ତେଜନା ଦେଖାଦେଇଥିବା ବେଳେ ଉତ୍ତ୍ୟକ୍ତ ଲୋକେ ଥାନା ଘେରାଉ କରି ଅଭିଯୁକ୍ତଙ୍କୁ ଫାଶୀ ଦିଆଯାଉ ବୋଲି ଦାବି କରିଛନ୍ତି। ପୋଲିସ ଲୋକଙ୍କୁ ବୁଝାଶୁଝା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

ପ୍ରଶାସନ ଫେଲ୍, ସାହାରା ସାଜିଲା କମ୍ପାନୀ: ଥୁଆମୂଳ ରାମପୁରରେ ତାତି ବଢ଼ୁଛି, ଜଳଛତ୍ର ନାହିଁ

ଥୁଆମୂଳରାମପୁର,୨୯।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ଅସହ୍ୟ ହେବାରେ ଲାଗିଛି। ତାପମାତ୍ରା ୩୮ ଡିଗ୍ରୀ ସେଲସିଅସରୁ ବୃଦ୍ଧି ପାଇ ୪୫…

CBSE ଦ୍ୱାଦଶ ଶ୍ରେଣୀ ପୁନଃମୂଲ୍ୟାୟନ: ଜୁନ୍‌ ୧ରୁ ଖୋଲିବ ରି-ଭାଲ୍ୟୁଏଶନ୍‌ ପୋର୍ଟାଲ, ଜାଣନ୍ତୁ କିଭଳି କରିବେ…

ନୂଆଦିଲ୍ଲୀ,୨୯।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦ୍ୱାରା ଦ୍ୱାଦଶ ଶ୍ରେଣୀ (Class ୧୨) ଖାତା ପୁନଃମୂଲ୍ୟାୟନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri