ପୁଣି ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା, ନ୍ୟାୟ ପାଇଁ ଧାରଣାରେ ବସିଲେ ଗ୍ରାମବାସୀ

ତେନ୍ତୁଳିଖୁଣ୍ଟି,୧୮ା୯(ଚିଦାନନ୍ଦ ସାହୁ) : ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟା ଗାଁରେ ପୁଣି ଲଜ୍ଜା। ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଅଞ୍ଚଳର ଏକ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟସ୍ଥ ଏକ ଟାଓ୍ବାର ପାଚେରି ପାର୍ଶ୍ୱରୁ ଜଣେ ୧୧ ବର୍ଷୀୟା ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ନାବାଳିକା ଜଣଙ୍କ ମଙ୍ଗଳବାର ପ୍ରାୟ ଅପରାହ୍ନ ୧ଟାରେ ଶୌଚ ପାଇଁ ଯାଉଛି କହି ଘରୁ ବାହାରିଥିଲେ। ବହୁ ସମୟ ଧରି ଝିଅ ଘରକୁ ଫେରି ନ ଥିବାରୁ ଘର ଲୋକ ଚିନ୍ତାରେ ପଡ଼ିଥିଲେ। ଏହା ପରେ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି ଆରମ୍ଭ କରିଥିଲେ। କିନ୍ତୁ ପାଇ ନ ଥିଲେ। ଝିଅର ସମସ୍ତ ସାଙ୍ଗସାଥୀ ଏବଂ ପଡ଼ୋଶୀଙ୍କୁ ଯୋଗାଯୋଗ କରିବା ପରେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ପରେ ବୋହୁ ଖୋଜଖୋଜି କରି ରାତି ୭ଟା ପରେ ଗ୍ରାମର ବିଦ୍ୟାଳୟ ପଛ ପଟେ ଥିବା ଟାଓ୍ବାର ପାଚେରି ପାର୍ଶ୍ୱରୁ ଝିଅର ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ପାରିପାର୍ଶ୍ୱିକ ସ୍ଥିତିରୁ ଏହା ବଳାତ୍କାର ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଉକ୍ତ ରାତିରେ ଖବର ପାଇ ତେନ୍ତୁଳିଖୁଣ୍ଟି ପୋଲିସ ପହଞ୍ଚି ସାଇଣ୍ଟିକ ଟିମ ସହ ତଦନ୍ତ ଆରମ୍ଭ କରିଥିଲା। ରାତି ୨ଟାରେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ ଘଟଣାସ୍ଥଳରେ ପହଞ୍ଚି ଝିଅର ପରିବାର ସହ ଆଲୋଚନା କରିବା ସହ ପୋଲିସ ଦୋଷୀ ଧରି ଦଣ୍ଡ ବିଧାନ କରିବା ଦାବି କରିଛନ୍ତି। ଝିଅର ପରିବାର ସହ ଗ୍ରାମବାସୀ ଅଭିଯୁକ୍ତଙ୍କୁ ଧରିଲେ ହିଁ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ଜିଦ୍‌ ଧରିଥିଲେ। ଘଟଣାକୁ ଗୁରୁତର ସହ ନେଇ ଜିଲା ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ଘଟଣାସ୍ଥଳରେ ଏସ୍‌ଡିପିଓ କୃଷ୍ଣଚନ୍ଦ୍ର ଭତରା, ଅତିରିକ୍ତ ଏସ୍‌ପି ବଟକୃଷ୍ଣ ମିଶ୍ର ଏବଂ ନବରଙ୍ଗପୁର ଥାନା ଅଧିକାରୀ, ତେନ୍ତୁଳିଖୁଣ୍ଟି ତହସିଲଦାର ରାଜକିଶୋର ପଟ୍ଟନାୟକ ତେନ୍ତୁଳିଖୁଣ୍ଟି ଥାନା ଅଧିକାରୀଙ୍କ ସହ ସାଇଣ୍ଟିଫିକ୍‌ ଟିମ୍‌  ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏଥିରେ ଗ୍ରାମବାସୀ ମଧ୍ୟରାତିରେ ଟାୟାର ଜାଳି ରାସ୍ତାରୋକୋ କରି ଦୋଷୀଙ୍କୁ ଦଣ୍ଡବିଧାନ କରିବାକୁ ଅଡ଼ି ବସିଥିଲେ।

ଅନ୍ୟପଟେ ନବରଙ୍ଗପୁର ଏସ୍‌ଡିପିଓ କୁହନ୍ତି, ଏହି ଘଟଣା ତଦନ୍ତ ଚାଲିଛି ବ୍ୟବଚ୍ଛେଦ ହେଲା ପରେ ପ୍ରକୃତ ସତ୍ୟ ବାହାରିବ ବୋଲି କହିବା ସହ ଯଥାଶୀଘ୍ର ଦୋଷୀଙ୍କୁ ଧରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି। କିନ୍ତୁ ଘଟଣାକୁ ନିନ୍ଦା କରି ବିଜେଡି ତରଫରୁ ପୂର୍ବତନ ଏମ୍‌ପି ପ୍ରଦୀପ ମାଝି, ପୂର୍ବତନ ବିଧାୟକ ସଦାଶିବ ପ୍ରଧାନୀ, ଅଖିଳ ଭତରା, ରାଜେନ୍ଦ୍ର ବିଷୋୟୀ କଂଗ୍ରେସ ଦଳ ଜିଲା ସ୍ତରୀୟ କର୍ମକର୍ତ୍ତା, ପୂର୍ବତନ ବିଧାୟକ ଭୁଜବଳ ମାଝି, ସମିତି ସଭ୍ୟ ଦିଲୀପ ପ୍ରଧାନୀ, ବ୍ଲକ କଂଗ୍ରେସ ସଭାପତି ପ୍ରହ୍ଲାଦ ହିଆଲ, ମା’ ଘରର ମହିଳା ସଭାନେତ୍ରୀ କାଦମ୍ବିନୀ ତ୍ରିପାଠୀ, ଭାଜପାର ଅଞ୍ଚଳ ଗୁମ୍ମା ମଣ୍ଡଳ ସଭାପତି ଅଭିମନ୍ୟୁ ହରିଜନ, ତେନ୍ତୁଳିଖୁଣ୍ଟି ମଣ୍ଡଳ ସଭାପତି ହରେକୃଷ୍ଣ ମୁଦୁଲି, ଯୁବନେତା ଭିକି ବିଷୋୟୀ ଉପସ୍ଥିତ ରହି ଦୋଷୀଙ୍କୁ ଖୁବ୍‌ଶୀଘ୍ର ଗିରଫ କରି ପୀଡ଼ିତା ପରିବାରକୁ ନ୍ୟାୟ ପ୍ରଦାନ କରିବାକୁ ଦାବି କରିଥିଲେ। ଅପରାହ୍ନରେ ଝିଅର ପରିବାର ଗ୍ରାମବାସୀ ସହ ସମସ୍ତ ନେତାଙ୍କ ଉପସ୍ଥିତିରେ ପ୍ରଶାସନ ସହ ଆଲୋଚନା କରିବା ସହ ରେଡ୍‌କ୍ରସ୍‌ ତରଫରୁ ୨୦ ହଜାର ଟଙ୍କା ପରିବାରକୁ ପ୍ରଦାନ କରିବା ସହ ୧୫ ଦିନ ଭିତରେ ଦୋଷୀକୁ ଧରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଧାରଣାରୁ ଉଠିଥିଲେ। ମୃତଦେହ ବ୍ୟବଚ୍ଛେଦ କରିବାକୁ ପୋଲିସ ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ୩ ଲକ୍ଷ ୧୫ ହଜାର ଲାଞ୍ଚ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri