ବିଦ୍ୟାଳୟରେ ଲଜ୍ଜା: ପିଲାଙ୍କ ସାମ୍ନାରେ ମଦ ପିଇ ଗଡ଼ିଲେ ପ୍ରଧାନଶିକ୍ଷକ

କେନ୍ଦୁଝର,୨୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ହରିଚନ୍ଦନପୁର ବ୍ଲକ ବଡ଼ପଳାଶପାଳ ପଞ୍ଚାୟତର ଗରଗଡ଼ ବାହାଳ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଏକ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି। ଆଜ ସକାଳ ପ୍ରାୟ ୯.୩୦ରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ନିଶାଶକ୍ତ ହୋଇ ସ୍କୁଲ ଆସିଥିଲେ। ନିଶାରେ ଟଳମଳ ହୋଇ ବହୁ କଷ୍ଟରେ ଗେଟ୍‌ ଖୋଲି ଭିତରକୁ ପଶିଥିଲେ। କିନ୍ତୁ ସ୍କୁଲ ବାରଣ୍ଡା ରେ ପହଞ୍ଚିିବା ପୂର୍ବରୁ ତଳେ ପଡ଼ିଯାଇଥିଲେ। ପ୍ରଧାନଶିକ୍ଷକ ବସନ୍ତ କୁମାର ମୁଣ୍ଡାଙ୍କ ଏଭଳି ଅବସ୍ଥାକୁ କୁନି କୁନି ପିଲାମାନେ ଦେଖୁଥିଲେ। ସାର୍‌ଙ୍କ ଏଭଳି ଅବସ୍ଥା ଦେଖି ପିଲାମାନେ କିଛି ବୁଝି ପାରୁ ନ ଥିଲେ। ପରେ ଗ୍ରାମରେ ଜଣାଇଥିଲେ। ବିଦ୍ୟାଳୟ ପରିସରରେ ଏକ ଗଛ ମୂଳରେ ଗଡୁଥିବା ଦେଖି ଗ୍ରାମବାସୀ ପହଞ୍ଚି ପାଣି ସିଞ୍ଚି ଉଠାଇବାକୁ ଚେଷ୍ଟା କରିଥିଲେ ହେଁ ଦୀର୍ଘ ଘଣ୍ଟା ଧରି ଉଠିପାରି ନ ଥିଲେ। ଗ୍ରାମବାସୀ ପ୍ରଧାନଶିକ୍ଷକଙ୍କ ଏଭଳି ଅବସ୍ଥା ଦେଖି ଗାଳିଗୁଲଜ କରିଥିଲେ। କେତେକ ଭିଡିଓ ରେକର୍ଡ କରି ଭାଇରାଲ କରିଥିଲେ। ଘଟଣାର ଭିଡିଓ ଚାରିଆଡ଼େ ଭାଇରାଲ ହେବା ପରେ ଅଭିଭାବକମାନେ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ସୂଚନା ଦେଇଥିଲେ।

ଏହି ସ୍କୁଲରେ ପ୍ରଥମରୁ ପଞ୍ଚମ ଶ୍ରେଣୀରେ ପାଖାପାଖି ଶହେ ପିଲା ପଢୁଛନ୍ତି। ଏହି ସ୍କୁଲରେ ପ୍ରଧାନଶିକ୍ଷକଙ୍କୁ ମିଶାଇ ଦୁଇ ଜଣ ଶିକ୍ଷକ ଥିବା ବେଳେ ଏଭଳି ମଦ୍ୟପାନ କରି ଶିକ୍ଷକ ବିଦ୍ୟାଳୟକୁ ଆସିବା ଫଳରେ ପିଲାମାନଙ୍କ ଉପରେ ଖରାପ ପ୍ରଭାବ ପଡୁଛି। ଏଣୁ ଏହାର ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଭିଭାବକମାନେ ଦାବି କରିଛନ୍ତି। ଏନେଇ ଜିଲା ଶିକ୍ଷା ଅଧିକାରୀ ଗୌରୀରାଣୀ ନାୟକ କହିଛନ୍ତି, ଘଟଣା ସମ୍ପର୍କରେ ଅବଗତ ଅଛନ୍ତି। ଏନେଇ ବ୍ଲକ ଶିକ୍ଷା ଅଧିକାରୀ ତଦନ୍ତ କରିବାକୁ ସ୍ଥାନୀୟ ସିଆରସିସିଙ୍କୁ ପଠାଇଛନ୍ତି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ବିଦ୍ୟାଳୟରେ ପାଠ ପଢ଼ା ହୋଇଥିଲା ଏବଂ ପିଲାମାନଙ୍କୁ ମିଡ୍‌ ଡେ’ ମିଲ୍‌ ଦିଆଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ପୁଣି ମନ୍ଦିରକୁ ଟାର୍ଗେଟ କଲେ ଲୁଟେରା: ଦକ୍ଷିଣକାଳୀ ମନ୍ଦିରରେ ହୁଣ୍ଡି ଭାଙ୍ଗି ନେଇଗଲେ…

ପୁରୁଷୋତ୍ତମପୁର,୧୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ଲୁଟେରାମାନେ ସକ୍ରିୟ ହୋଇ ମନ୍ଦିରକୁ ଟାର୍ଗେଟ୍‌ କରିଛନ୍ତି। ଗତ ୨୦୨୪ନଭେମ୍ବର ୬ ତାରିଖରେ ପ୍ରଶିଦ୍ଧ ଶକ୍ତିପୀଠ ମା’…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ମଣିଷଙ୍କ ମୁହଁ ଦେଖି ଆବେଗ ବୁଝିପାରନ୍ତି କୁକୁର

ବର୍ଲିନ,୧୨।୮(ରଏଟର୍ସ): କୁକୁର ମଣିଷର ଅତ୍ୟନ୍ତ ବିଶ୍ୱସ୍ତ ବୋଲି କୁହାଯାଇଥାଏ। ତେବେ ନିକଟରେ ୟୁନିଭର୍ସିଟି ଅଫ୍‌ ଭିଏନାର ଗବେଷକମାନେ କରିଥିବା ଏକ ଗବେଷଣାରୁ ଜଣାପଡ଼ିଛି, କୁକୁରମାନେ ଲୋକଙ୍କ ମୁହଁ…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri