Posted inଜାତୀୟ

ଲଜ୍ଜା: ପଶ୍ଚିମବଙ୍ଗରେ ବିଚ ରାସ୍ତାରେ ମହିଳାଙ୍କୁ ମାଡ, ଅମିତ ମାଲବିୟ କହିଲେ ଟିଏମସି ଶାସନରେ…

କୋଲକାତାଳ,୩୦।୬: ନିକଟରେ ଶେଷ ହୋଇଥିବା ଲୋକ ସଭା ନିର୍ବାଚନ ପରଠାରୁ ଭାରତୀୟ ଜନତା ପାର୍ଟି ପଶ୍ଚିମବଙ୍ଗରେ ଆଇନ ଶୃଙ୍ଖଳା ସମ୍ପର୍କରେ ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହି ସମୟରେ, ଭାଜପା ଆଇଟି ସେଲର ମୁଖ୍ୟ ଅମିତ ମାଲବିୟ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ଭିଡିଓ ଶେୟାର କରିଛନ୍ତି ଯେଉଁଥିରେ ଜଣେ ପୁରୁଷ ଜଣେ ମହିଳାଙ୍କୁ ବିଚ ରାସ୍ତାରେ ଅତି ନିର୍ମମ ଭାବେ ପିଟିଥିବାର ନଜର ଆସିଛନ୍ତି। ସେ ଦାବି କରିଛନ୍ତି ଯେ ଏହି ଭିଡିଓ ପଶ୍ଚିମବଙ୍ଗର ଉତ୍ତର ଦିନାଜପୁର ଲକ୍ଷ୍ମୀକାନ୍ତପୁରର ଅଟେ।

ଭାଜପା ଆଇଟି ସେଲର ମୁଖ୍ୟ ଅଭିଯୋଗ କରିଛନ୍ତି, ଭିଡିଓରେ ଜଣେ ମହିଳାଙ୍କୁ ଅତି ନିର୍ମମ ଭାବେ ମାଡ ମାରୁଥିବା ବ୍ୟକ୍ତିଙ୍କ ନାମ ତଜେମୁଲ, ଯିଏ ସେହି ଅଞ୍ଚଳରେ ଜେସିବି ଭାବରେ ବିଖ୍ୟାତ। ସେ ତାଙ୍କ ନ୍ୟାୟ ସଭା ମାଧ୍ୟମରେ ତୁରନ୍ତ ନ୍ୟାୟ ଦେବାକୁ ନେଇ ପ୍ରସିଦ୍ଧ। ସେ ଅଭିଯୋଗ କରିଛନ୍ତି ଯେ ତଜମେଲ ଟିଏମସି ବିଧାୟକ ହମିଦୁଲ ରେହମାନଙ୍କ ନିକଟତର।
ଅମିତ ମାଲବିୟ ଅଭିଯୋଗ କରିଛନ୍ତି, ଟିଏମସି ଶାସିତ ପଶ୍ଚିମବଙ୍ଗର ଶାରିଆ କୋର୍ଟର ବାସ୍ତବତା ବିଷୟରେ ଭାରତ ସଚେତନ ହେବା ଉଚିତ୍‌। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମହିଳାଙ୍କ ପାଇଁ ଅଭିଶାପ। ବଙ୍ଗଳାରେ ଆଇନ ଶୃଙ୍ଖଳା ପରିସ୍ଥିତି ନାହିଁ। ମମତା ବାନାର୍ଜୀ ଏହି ରାକ୍ଷସ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ କ ବୋଲି ସେ ପ୍ରଶ୍ନ କରିଛନ୍ତି। ସେ ଶେଖ ଶାହାଜାହାନଙ୍କ ପାଇଁ ଛିଡା ହୋଇଥିବା ପରି ସେ ତାଙ୍କୁ ରକ୍ଷା କରିବେ କି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?