ଦେବଗଡ଼ରେ ଲଜ୍ଜା: ନାମଯଜ୍ଞ ଦେଖିବାକୁ ଯାଇ ବଳାତ୍କାରର ଶିକାର ହେଲେ ଶିଶୁକନ୍ୟା, ଚିତ୍କାର କରିବାରୁ…

ଦେବଗଡ଼,୨୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରବିବାର ରାତିରେ ନାମଯଜ୍ଞ ଦେଖିବାକୁ ଯାଇଥିବା ବେଳେ ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି। ବାରକୋଟ ଥାନା ବାଲିରୋଇ ଗ୍ରାମର ଉଦିତ ପାତ୍ର ନିଶାସକ୍ତ ଅବସ୍ଥାରେ ଶିଶୁକନ୍ୟାକୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟା ଚିତ୍କାର କରିବାରୁ ବଳାତ୍କାରୀଙ୍କୁ ଗ୍ରାମବାସୀ କାବୁ କରି ନିର୍ଧୂମ ମାଡ ମାରିଛନ୍ତି। ଗ୍ରାମବାସୀଙ୍କ ମାଡ଼ରେ ଉଦିତଙ୍କ ମୁଣ୍ଡ ସମେତ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଛି। ଘଟଣାସ୍ଥଳରୁ ଉଦ୍ଧାର କରି ଉଦିତଙ୍କୁ ଦେବଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଚିକିତ୍ସା ଜାରି ରହିଛି। ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ ଥିବା ଜଣାପଡ଼ିଛି। ଡାକ୍ତରଖାନାରେ ପୋଲିସ ହେପାଜତରେ ଅଭିଯୁକ୍ତ ରହିଛନ୍ତି। ପୋଲିସ ଘଟଣାସ୍ଥଳ ପରିଦର୍ଶନ କରିଥିବା ବେଳେ ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍‌ ଟିମ୍‌କୁ ସୂଚନା ଦିଆଯାଇଛି। ଘଟଣା ବିଷୟରେ ଅଦାଲତଙ୍କୁ ଅବଗତ କରାଯାଇଛି। ଚିକିତ୍ସା ପରେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବା ବୋଲି ଜିଲା ଆରକ୍ଷୀ ଅଧୀକ୍ଷକ ଅନିଲ ମିଶ୍ର ସୂଚନା ଦେଇଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି

ହାଟଡିହୀ,୨୬l୧(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ବିଜେଡ଼ିର ମିଡ଼ିଆ ସେଲ ସଂଯୋଜକ ଭାବେ ଦାୟିତ୍ୱ ତୁଲାଇଥିଲାବେଳେ ବିଜୁ ଛାତ୍ର ଜନତା ଦଳ ଜିଲା ସଭାପତି ଭାବେ ହାଟଡ଼ିହୀ ବ୍ଲକ କଳିଙ୍ଗା…

ସାଧାରଣତନ୍ତ୍ର ଦିବସରେ ବଡ଼ ଅଘଟଣ: ଚୁଆରେ ବୁଡିଗଲେ ଶିଶୁକନ୍ୟା, ଆଉ ତା’ପରେ…

ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦନେକବାଡି ପଞ୍ଚାୟତ ପାଡ଼ନକେତା ଗ୍ରାମରରେ ଘଟିଯାଇଛି ବଡ଼ ଅଘଟଣ । ଜଣେ ଶିଶୁ କନ୍ୟାଙ୍କ ଚୁଆର…

ବରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ପଞ୍ଚାୟତିରାଜ ମନ୍ତ୍ରୀ, ସମ୍ବିଧାନର ଲିଖିତ ଆଦର୍ଶକୁ ବଜାଜୟ ରଖି…

ବରଗଡ଼,୨୬ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସଦର ମହକୁମାରେ ଆୟୋଜିତ ୭୭ତମ ସାଧାରଣତନ୍ତ୍ର ଦିବସ ସମାରୋହରେ ପାଳିତ ହୋଇଛି। ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ…

ମୋଦି-ମୋହନ ସରକାରଙ୍କ ଗୁଣଗାନ କଲେ ଭାଜପା କର୍ମୀ

ହାଟଡିହୀ,୨୬l୧(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ଭାଜପା କାର୍ଯ୍ୟାଳୟରେ ସଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି l ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ…

ଭାରତ ମାତା ପୂଜନ ଉତ୍ସବରେ ଓଲଟା ଉଡ଼ିଲା ତ୍ରିରଙ୍ଗା

ଦାରିଙ୍ଗବାଡ଼ି,୨୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ୧୪ ତମ ଭାରତମାତା ପୂଜନ ଉତ୍ସବ ପାଳନ ସହ ବନ୍ଦେ ମାତରଂର ୧୫୦ତମ…

ପିସ୍ତଲ ଗୁଳିଠାରୁ ରଣପୁର ଠେଙ୍ଗାପ୍ରହାର ଶକ୍ତିଶାଳୀ: ବ୍ରିଟିଶ ପାର୍ଲିଆମେଣ୍ଟକୁ ଯାଇଥିଲା ୫୦୦ ଠେଙ୍ଗା

ନୟାଗଡ,୨୬।୧(ଲୋକନାଥ ମିଶ୍ର): ନୟାଗଡ ଜିଲା ସଦର ମହକୁମାସ୍ଥିତ ପିଟିଏସ୍‌ ପଡ଼ିଆରେ ଜିଲାସ୍ତରୀୟ  ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।  ଏଥିରେ ୫୦ଟି ପାରେଡ ଟିମ ଭାଗ ନେଇଥିଲେ।…

ମୃତଦେହ ରଖି ରାସ୍ତାରୋକୋ: ଆନ୍ଦୋଳନକାରୀଙ୍କୁ ବିଧାୟକ, ଭାଜପା କାର୍ଯ୍ୟକର୍ତ୍ତା ଭେଟି…

ହାଟଡିହୀ,୨୬।୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାଳନିଆଁ ବଜାରରେ ରବିବାର ଏକ ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇ ଏକ ସାଇକେଲ ଆରୋହୀଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ…

ବଲାଙ୍ଗୀରରେ ସାଧାରଣତନ୍ତ୍ର ସମାରୋହ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରି ଜିଲାପାଳ କହିଲେ…

ବଲାଙ୍ଗୀର,୨୬ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଦର ମହକୁମାରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଗାନ୍ଧୀନଗର ପଡ଼ାସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଓ ଗାନ୍ଧୀ ଭବନ ସମ୍ମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri