ଦେବଗଡ଼ରେ ଲଜ୍ଜା: ନାମଯଜ୍ଞ ଦେଖିବାକୁ ଯାଇ ବଳାତ୍କାରର ଶିକାର ହେଲେ ଶିଶୁକନ୍ୟା, ଚିତ୍କାର କରିବାରୁ…

ଦେବଗଡ଼,୨୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରବିବାର ରାତିରେ ନାମଯଜ୍ଞ ଦେଖିବାକୁ ଯାଇଥିବା ବେଳେ ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି। ବାରକୋଟ ଥାନା ବାଲିରୋଇ ଗ୍ରାମର ଉଦିତ ପାତ୍ର ନିଶାସକ୍ତ ଅବସ୍ଥାରେ ଶିଶୁକନ୍ୟାକୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟା ଚିତ୍କାର କରିବାରୁ ବଳାତ୍କାରୀଙ୍କୁ ଗ୍ରାମବାସୀ କାବୁ କରି ନିର୍ଧୂମ ମାଡ ମାରିଛନ୍ତି। ଗ୍ରାମବାସୀଙ୍କ ମାଡ଼ରେ ଉଦିତଙ୍କ ମୁଣ୍ଡ ସମେତ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଛି। ଘଟଣାସ୍ଥଳରୁ ଉଦ୍ଧାର କରି ଉଦିତଙ୍କୁ ଦେବଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଚିକିତ୍ସା ଜାରି ରହିଛି। ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ ଥିବା ଜଣାପଡ଼ିଛି। ଡାକ୍ତରଖାନାରେ ପୋଲିସ ହେପାଜତରେ ଅଭିଯୁକ୍ତ ରହିଛନ୍ତି। ପୋଲିସ ଘଟଣାସ୍ଥଳ ପରିଦର୍ଶନ କରିଥିବା ବେଳେ ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍‌ ଟିମ୍‌କୁ ସୂଚନା ଦିଆଯାଇଛି। ଘଟଣା ବିଷୟରେ ଅଦାଲତଙ୍କୁ ଅବଗତ କରାଯାଇଛି। ଚିକିତ୍ସା ପରେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବା ବୋଲି ଜିଲା ଆରକ୍ଷୀ ଅଧୀକ୍ଷକ ଅନିଲ ମିଶ୍ର ସୂଚନା ଦେଇଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କମର୍ସିଆଲ ଏଲ୍‌ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା!

ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ…

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri