ସମ୍ବଲପୁର,୧୮।୮: ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ୫ଜଣ ଅଭିଯୁକ୍ତ ସମ୍ପୃକ୍ତ ରହିଥିବା ଥିବା ପୋଲିସ ପକ୍ଷରୁ କୁହାଯାଇଛି।
ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟ ଅଭିଯୁକ୍ତକୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ଖବୁ ଶୀଘ୍ର ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।