ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି।
ଘଟଣା ଅନୁଯାୟୀ, ଶିଶୁ କନ୍ୟାକୁ ବିସ୍କୁଟ୍ ଦେବାର ଲୋଭ ଦେଖାଇ ଅଭିଯୁକ୍ତ ଜଣକ ବଳାତ୍କାର କରିଥିଲେ। ଏହି ଘଟଣା ପରେ ଶିଶୁଟି ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ମେଡିକାଲରେ ଶିଶୁ କନ୍ୟାଟିର ଚିକିତ୍ସା ଚାଲିଛି।
ଘଟଣା ସମ୍ପର୍କରେ ଖବର ପାଇ ସଦର ଥାନା ପୋଲିସ ତୁରନ୍ତ ତଦନ୍ତ ଆରମ୍ଭ କରିଛି। ପୋଲିସ ଅଭିଯୁକ୍ତକୁ ଗିରଫ କରି ଅଧିକ ପଚରାଉଚରା ଜାରି ରଖିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ସହ ଅଭିଯୁକ୍ତ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହେଉଛି।


