ପିତୃ ଦିବସରେ ଲଜ୍ଜା: ନାବାଳିକା ଝିଅକୁ ବଳାତ୍କାର ଅଭିଯୋଗରେ ବାପା ଗଲେ ଜେଲ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଆଜି ପିତୃ ଦିବସ। ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ୧୬ ବର୍ଷୀୟା ଝିଅଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତ ବାପାଙ୍କୁ ପୋଲିସ ଗିରଫ କରି ବ୍ରହ୍ମପୁର ପୋକ୍ସୋ କୋର୍ଟ ଚାଲାଣ କରିଛି।

ଏନେଇ ଥାନାରେ ଏକ ମାମଲା(ନଂ.୨୧୦/୨୫) ରୁଜୁ ହୋଇଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି। ଦିଗପହଣ୍ଡି ଥାନା ଅଞ୍ଚଳରେ ପ୍ରଥମ ଥର ଏଭଳି କୁତ୍ସିତ ଘଟଣା ଘଟିଥିବା ଆଲୋଚନା ହେଉଛି।

ନାବାଳିକାଙ୍କ ମା’ ମଜୁରୀ କାମ ପାଇଁ ପ୍ରତିଦିନ ଚାଲି ଯାଉଥିବା ବେଳେ ଗତ ବୁଧବାର ସକାଳେ ଘରେ ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ପିଶାଚ ବାପା ଝିଅଙ୍କୁ ବଳାତ୍କାର କରିଥିଲେ। ଘଟଣା ସଂକ୍ରାନ୍ତରେ କାହାରିକୁ କହିଲେ ମା’ ଏବଂ ଝିଅଙ୍କୁ ଜୀବନରେ ମାରିଦେବାର ଧମକ ଦେଇଥିଲେ। ଅନ୍ୟପକ୍ଷେ ପୀଡ଼ିତା ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସେ ଏକ କାଳୀନ ୧୦ଟି ନିଦ ବଟିକା ଖାଇ ଗୁରୁତର ହୋଇ ପଡ଼ିଥିଲେ। ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

ସେଠାରୁ ଚିକିତ୍ସା ପରେ ତାଙ୍କୁ ଆଈଙ୍କ ଘରେ ରଖାଯାଇଥିଲା। ପରେ ନାବାଳିକା ଜଣକ ସମସ୍ତ ଘଟଣା ମା’ଙ୍କୁ ଜଣାଇବା ପରେ ଏନେଇ ସେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଅଭିଯୁକ୍ତଙ୍କ ବିରୋଧରେ ଏକ ମାମଲା ରୁଜୁ କର ଏସ୍‌ଆଇ ସୋଫିଆ ମିଶ୍ରଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତକାରୀ ଅଧିକାରୀ ଅଭିଯୁକ୍ତ ବାପାଙ୍କୁ ଗିରଫ କରିଥିଲେ। ବ୍ରହ୍ମପୁର ବଡ ଡାକ୍ତରଖାନାରେ ରବିବାର ଅଭିଯୁକ୍ତ ବାପା ଏବଂ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଯିବା ପରେ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି। ହେଲେ ପୀଡ଼ିତା ପୁଣି ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri