ପିତୃ ଦିବସରେ ଲଜ୍ଜା: ନାବାଳିକା ଝିଅକୁ ବଳାତ୍କାର ଅଭିଯୋଗରେ ବାପା ଗଲେ ଜେଲ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଆଜି ପିତୃ ଦିବସ। ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ୧୬ ବର୍ଷୀୟା ଝିଅଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତ ବାପାଙ୍କୁ ପୋଲିସ ଗିରଫ କରି ବ୍ରହ୍ମପୁର ପୋକ୍ସୋ କୋର୍ଟ ଚାଲାଣ କରିଛି।

ଏନେଇ ଥାନାରେ ଏକ ମାମଲା(ନଂ.୨୧୦/୨୫) ରୁଜୁ ହୋଇଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି। ଦିଗପହଣ୍ଡି ଥାନା ଅଞ୍ଚଳରେ ପ୍ରଥମ ଥର ଏଭଳି କୁତ୍ସିତ ଘଟଣା ଘଟିଥିବା ଆଲୋଚନା ହେଉଛି।

ନାବାଳିକାଙ୍କ ମା’ ମଜୁରୀ କାମ ପାଇଁ ପ୍ରତିଦିନ ଚାଲି ଯାଉଥିବା ବେଳେ ଗତ ବୁଧବାର ସକାଳେ ଘରେ ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ପିଶାଚ ବାପା ଝିଅଙ୍କୁ ବଳାତ୍କାର କରିଥିଲେ। ଘଟଣା ସଂକ୍ରାନ୍ତରେ କାହାରିକୁ କହିଲେ ମା’ ଏବଂ ଝିଅଙ୍କୁ ଜୀବନରେ ମାରିଦେବାର ଧମକ ଦେଇଥିଲେ। ଅନ୍ୟପକ୍ଷେ ପୀଡ଼ିତା ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସେ ଏକ କାଳୀନ ୧୦ଟି ନିଦ ବଟିକା ଖାଇ ଗୁରୁତର ହୋଇ ପଡ଼ିଥିଲେ। ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

ସେଠାରୁ ଚିକିତ୍ସା ପରେ ତାଙ୍କୁ ଆଈଙ୍କ ଘରେ ରଖାଯାଇଥିଲା। ପରେ ନାବାଳିକା ଜଣକ ସମସ୍ତ ଘଟଣା ମା’ଙ୍କୁ ଜଣାଇବା ପରେ ଏନେଇ ସେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଅଭିଯୁକ୍ତଙ୍କ ବିରୋଧରେ ଏକ ମାମଲା ରୁଜୁ କର ଏସ୍‌ଆଇ ସୋଫିଆ ମିଶ୍ରଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତକାରୀ ଅଧିକାରୀ ଅଭିଯୁକ୍ତ ବାପାଙ୍କୁ ଗିରଫ କରିଥିଲେ। ବ୍ରହ୍ମପୁର ବଡ ଡାକ୍ତରଖାନାରେ ରବିବାର ଅଭିଯୁକ୍ତ ବାପା ଏବଂ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଯିବା ପରେ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି। ହେଲେ ପୀଡ଼ିତା ପୁଣି ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri