Posted inଖେଳ

ନିଜ ମାଟିରେ ପାକିସ୍ତାନର ଲଜ୍ଜାଜନକ ପରାଜୟ

କରାଚି,୨୦।୧୨: ଇଂଲଣ୍ଡ କରାଚି ଟେଷ୍ଟକୁ ୮ ଉଇକେଟରେ ଜିତିଛି। ଏହା ସହ ଇଂଲଣ୍ଡ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ପାକିସ୍ତାନକୁ ୩-୦ରେ କ୍ଲିନ୍‌ସୁଇପ୍‌ କରିଛି। କରାଚି ପୂର୍ବରୁ ଇଂଲଣ୍ଡ ମଧ୍ୟ ରାୱଲପିଣ୍ଡି ଏବଂ ମୁଲତାନ ଟେଷ୍ଟରେ ପାକିସ୍ତାନକୁ ପରାସ୍ତ କରିଥିଲା। ପାକିସ୍ତାନ ଦଳ ନିଜ ଘରେ ପ୍ରଥମ ଥର ପାଇଁ ଟେଷ୍ଟ ସିରିଜରେ କ୍ଲିନ୍‌ସୁଇପ୍‌ କରିଛି।
ପାକିସ୍ତାନ ଟସ ଜିତି ପ୍ରଥମେ କରାଚିରେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ବାବର ଆଜମ (୭୮) ଏବଂ ଆଗା ସଲମାନ (୫୬)ଙ୍କ ଅର୍ଦ୍ଧଶତକ ଯୋଗୁ ପାକିସ୍ତାନ ଦଳ ପ୍ରଥମ ଇନିଂସରେ ୩୦୪ ରନ ସଂଗ୍ରହ କରିଥିଲା। ଇଂଲଣ୍ଡ ପାଇଁ ଜ୍ୟାକ ଲିଚ ୪ଟି ଉଇକେଟ ନେଇଥିଲେ। ଏହାର ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସରେ ୩୫୪ ରନ ସଂଗ୍ରହ ମାତ୍ର ୫୦ ରନ୍‌ା ଅଗ୍ରଣୀ ନେବାକୁ ସକ୍ଷମ ହୋଇଥିଲା।
ଇଂଲଣ୍ଡ ପକ୍ଷରୁ ହାରି ବ୍ରୁକ (୧୧୧) ଏବଂ ବେନ ଫକ୍ସ (୬୪) ଅର୍ଦ୍ଧଶତକ ହାସଲ କରିଥିଲେ। ଏଠାରେ ପାକ ବୋଲର ଅବରାମ ଅହମ୍ମଦ ଏବଂ ନୌମାନ ଅଲି ୪-୪ ଉଇକେଟ ନେଇଥିଲେ।
ପାକିସ୍ତାନର ଦ୍ୱିତୀୟ ଇନିଂସରେ ବ୍ୟାଟିଂ ସମ୍ପୂର୍ଣ୍ଣ ଫ୍ଲପ ଥିଲା। ବାବର ଆଜମ (୫୪) ଏବଂ ସାଉଦ ଶକିଲ (୫୩)ଙ୍କ ବ୍ୟତୀତ ଅନ୍ୟ କୌଣସି ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଇଂଲଣ୍ଡ ବୋଲରଙ୍କୁ ମୁକାବିଲା କରିପାରି ନ ଥିଲେ। ଫଳରେ ପାକିସ୍ତାନ ଦଳ ୨୧୬ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଇଂଲଣ୍ଡର ରେହାନ ଅହମ୍ମଦ ୫ ଉଇକେଟ ନେଇଥିଲେ ଏବଂ ଜ୍ୟାକ ଲିଚ ୩ଟି ଉଇକେଟ ନେଇଥିଲେ। ଏଠାରେ ଇଂଲଣ୍ଡକୁ ଜିତିବା ପାଇଁ ମାତ୍ର ୧୬୭ ରନ ମିଳିଥିଲା। ଦଳ ମାତ୍ର ୨ ଉଇକେଟ ହରାଇ ସହଜରେ ଲକ୍ଷ୍ୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri