Posted inଖେଳ

ଦକ୍ଷିଣ ଆଫ୍ରିକାକୁ ୧୯୭ରେ ରୋକି ଦେଲେ

ସେଞ୍ଚୁରିଆନ,୨୮।୧୨: ପ୍ରଥମ ଇନିଂସରେ ୩୨୭ ରନ୍‌ କରିଥିବା ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ୧୯୭ ରନ୍‌ରେ ରୋକି ଦେଇଛି। ଫଳରେ ପ୍ରଥମ ଇନିଂସରେ ୧୩୦ ରନ୍‌ ଅଗ୍ରଣୀ ହାସଲ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ। ଭାରତୀୟ ବୋଲରଙ୍କ ମହମ୍ମଦ ଶାମି ସଫଳତମ ବୋଲର ସାବ୍ୟସ୍ତ ହୋଇଥିଲେ। ସେ ସର୍ବାଧିକ ୫ ଉଇକେଟ ନେବା ସହ ଟେଷ୍ଟ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। କ୍ୟାରିୟରରେ ୬ଷ୍ଠ ଥର ପାଇଁ ସେ ୫ ଉଇକେଟ ସଫଳତା ହାତେଇଛନ୍ତି। ତାଙ୍କ ବ୍ୟତୀତ ଯଶପ୍ରୀତ ବୁମରା ଓ ଶାର୍ଦ୍ଦୁଳ ଠାକୁର ୨ ଲେଖାଏ ଉଇକେଟ ନେଇଥିଲେ। ପୂର୍ବରୁ ୨୭୨/୩ରୁ ବ୍ୟାଟିଂ ଆରମ୍ଭ କରିଥିବା ଟିମ୍‌ ଇଣ୍ଡିଆ ତା’ର ବଳକା ୭ ଉଇକେଟରେ ମାତ୍ର ୫୫ ରନ୍‌ ଯୋଡ଼ି ପାରିଥିଲା। ତୃତୀୟ ଦିନ ଉଭୟ ଦଳର ୧୭ ଉଇକେଟ ପଡ଼ିବାରୁ ମ୍ୟାଚ୍‌ ରୋମାଞ୍ଚକ ମୋଡ଼ରେ ପହଞ୍ଚିଛି।

ଘରୋଇ ବ୍ୟାଟରଙ୍କ ମଧ୍ୟରେ ତେମ୍ବା ବାଭୁମା ୫୨ (୧୦ ଚୌକା) ଓ କୁଇଣ୍ଟନ ଡି’କକ୍‌ (୩୪)ଙ୍କ ବ୍ୟତୀତ ଅନ୍ୟ କେହି ଆଖିଦୃଶିଆ ସ୍କୋର କରି ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri