Posted inଖେଳ

ପୁଣି ଶାମି ସିଲଭା ସଭାପତି

କଲମ୍ବୋ,୩୧ା୩: ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି)ର ସୋମବାର ଅନୁଷ୍ଠିତ ୬୪ତମ ବାର୍ଷୀକ ସାଧାରଣ ବୈଠକରେ ଶାମି ସିଲଭା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ କ୍ରମାଗତ ଚତୁର୍ଥ ଥର ପାଇଁ ବୋର୍ଡର ସଭାପତି ଦାୟିତ୍ୱ ସମ୍ଭାଳିବାକୁ ଯାଉଛନ୍ତି। ସେ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଛନ୍ତି ଏବଂ ୨୦୨୭ ପର୍ଯ୍ୟନ୍ତ କାର୍ଯ୍ୟଭାର ସମ୍ଭାଳିବେ ବୋଲି ଏସ୍‌ଏଲ୍‌ସି ପକ୍ଷରୁ କୁହାଯାଇଛି। ସିଲଭା ଭାରତର ଜୟ ଶାହାଙ୍କ ସମର୍ଥକ, ଯିଏକି ଏବେ ଆଇସିସି ଚେୟାରମ୍ୟାନ ଅଛନ୍ତି। ସେ ଗତ ବର୍ଷ ଡିସେମ୍ବରରେ ଏସିଆନ କ୍ରିକେଟ କାଉନସିଲ (ଏସିସି) ସଭାପତି ଭାବେ ଶାହାଙ୍କ ସ୍ଥାନ ନେଇଥିଲେ।

ସିଲଭାଙ୍କ ଗତ କାର୍ଯ୍ୟକାଳ ବିବାଦରେ ଭରି ରହିଥିଲା। ୨୦୨୩ ଦିନିକିଆ ବିଶ୍ୱକପ୍‌ରେ ଭାରତଠାରୁ ଶ୍ରୀଲଙ୍କା ଦଳର ବଡ଼ ପରାଜୟ ପରେ ସେତବେଳର କ୍ରୀଡ଼ାମନ୍ତ୍ରୀ ରୋଶନ ରାଣାସିଂଘେ ଏକ ଆନ୍ତରୀଣ କମିଟି ନିଯୁକ୍ତ କରିଥିଲେ। ଯାହା ଫଳରେ ଶ୍ରୀଲଙ୍କାକୁ ଆଇସିସି ପକ୍ଷରୁ ସସପେଣ୍ଡ କରାଯାଇଥିଲା। ଏହି କାରଣରୁ ଶ୍ରୀଲଙ୍କାରେ ହେବାକୁ ଥିବା ଅଣ୍ଡର-୧୯ ବିଶ୍ୱକପ୍‌ ଦକ୍ଷିଣ ଆଫ୍ରିକାକୁ ସ୍ତାନାନ୍ତର କରାଯାଇଥିଲା। ପରବର୍ତ୍ତୀ ସମୟରେ କ୍ରୀଡ଼ାମନ୍ତ୍ରୀଙ୍କୁ ବରଖାସ୍ତ କରାଯାଇଥିଲା ଏବଂ କୋର୍ଟ ସିଲଭାଙ୍କ ନେତୃତ୍ୱାଧୀନ ଏସ୍‌ଏଲ୍‌ସି ପ୍ରଶାସକଙ୍କୁ ପୁନଃ ସ୍ଥାପିତ କରିଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri