ଶାମି ଛାଡିବେ କ୍ରିକେଟ, ରାଜନୀତିରେ ଯୋଗଦେବା ନେଇ ଚର୍ଚ୍ଚା, ଶାହାଙ୍କୁ ଭେଟିଲେ…

ମୁମ୍ବାଇ,୨୭।୧୧ : ବିଶ୍ୱକପ ୨୦୨୩ରେ ତାଙ୍କର ଚମତ୍କାର ପ୍ରଦର୍ଶନ ପରଠାରୁ ମହମ୍ମଦ ଶାମି ଖବରରେ ଅଛନ୍ତି। ଦିଲ୍ଲୀର ଏକ ଉତ୍ସବରେ ବୋଲର ମହମ୍ମଦ ଶାମି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କୁ ଭେଟିଥିଲେ। ଭେଟେରାନ ଫାଷ୍ଟ ବୋଲର ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଭାଜପାର ବରିଷ୍ଠ ନେତାଙ୍କ ସହ ହୋଇଥିବା ବାର୍ତ୍ତାଳାପର ଫଟୋ ପୋଷ୍ଟ କରିଛନ୍ତି, ଯାହା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି କାର୍ଯ୍ୟକ୍ରମଟି ଉତ୍ତରାଖଣ୍ଡର ଏକ ପାରମ୍ପରିକ ପର୍ବ ଇଗାସ ଉତ୍ସବର ଥିଲା। ଏହି କାର୍ଯ୍ୟକ୍ରମକୁ ଭାଜପା ନେତା ଅନିଲ ବାଲୁନି ତାଙ୍କ ବାସଭବନରେ ଆୟୋଜନ କରିଥିଲେ। ଏହି ଅବସରରେ ମହମ୍ମଦ ଶାମି ବଲିଉଡର ଗାୟକ ଜୁବିନ ନୈଟିୟାଲ, ସ୍ବରାଷ୍ଟ୍ରମନ୍ତ୍ରୀ ଶାହା ଏବଂ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ ଅଂଶଗ୍ରହଣ କରିଥିଲେ। ଭାଜପା ନେତାଙ୍କ ସହ ଶାମିଙ୍କ ଫଟୋ ସାମ୍ନାକୁ ଆସିବା ପରେ ଭାରତୀୟ ବୋଲର କ୍ରିକେଟ ଛାଡି ରାଜନୀତିରେ ପ୍ରବେଶ କରିବେ କି ବୋଲି ଆଲୋଚନା ତୀବ୍ର ହୋଇଛି?

ସାମ୍ପ୍ରତିକ ସ୍ଥିତି ସୂଚାଇ ଦେଇଛି ମହମ୍ମଦ ଶାମି ଭାଜପାରେ ଯୋଗ ଦେଇପାରନ୍ତି। ନିକଟରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ବିଶ୍ୱକପରେ ତାଙ୍କର ଚମତ୍କାର ପ୍ରଦର୍ଶନକୁ ସମ୍ମାନ ଜଣାଇବା ପାଇଁ ଶାମିଙ୍କ ନିଜ ସହର ଆମ୍ରୋହାଠାରେ କ୍ରିକେଟ ଷ୍ଟାଡିୟମ ନିର୍ମାଣ ପାଇଁ ଯୋଜନା ଘୋଷଣା କରିଥିଲେ। କେବଳ ଏତିକି ନୁହେଁ, ନିକଟରେ ମହମ୍ମଦ ଶାମି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଥିଲେ।

ବିଶ୍ୱକପରେ ମୋଟ ୨୪ ୱିକେଟ ନେଇ ଶାମି ଇତିହାସ ସୃଷ୍ଟି କରିଥିଲେ। ତେବେ ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଫାଇନାଲରେ ହାରିଯିବା ପରେ ମଧ୍ୟ ଦେଶର ଲୋକମାନେ ଟିମ ଇଣ୍ଡିଆକୁ ଉତ୍ସାହିତ କରିଥିଲେ ଏବଂ ସମସ୍ତ ଖେଳାଳିଙ୍କ ସଂଘର୍ଷକୁ ପ୍ରଶଂସା କରିଥିଲେ।

ଦଳର ପରାଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡ୍ରେସିଂ ରୁମରେ ଭାରତୀୟ ଖେଳାଳିଙ୍କୁ ଭେଟି ସମସ୍ତଙ୍କୁ ଉତ୍ସାହିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଦଳର ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡଙ୍କ ସହ ରୋହିତ ଶର୍ମା, ବିରାଟ କୋହଲି, କେ.ଏଲ ରାହୁଲ, ରବିନ୍ଦ୍ର ଜାଡେଜା, ମହମ୍ମଦ ଶାମିଙ୍କ ସହ ଅନ୍ୟ ଖେଳାଳିଙ୍କୁ ମଧ୍ୟ ଭେଟିଥିଲେ। କିନ୍ତୁ ଏସବୁ ମଧ୍ୟରେ ମହମ୍ମଦ ଶାମିଙ୍କୁ ଅଧିକ ଆଲୋଚନା କରାଯାଇଥିଲା। କାରଣ ପ୍ରଧାନମନ୍ତ୍ରୀ ମହମ୍ମଦ ଶାମିଙ୍କୁ ଡ୍ରେସିଂ ରୁମରେ ଆଲିଙ୍ଗନ କରିଥିଲେ, ଯାହାର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

କାହିଁକି ପଛଘୁଞ୍ଚା ଦେଲେ ଟ୍ରମ୍ପ, କହିଦେଲେ ଏହି ବଡ଼ କାରଣ

ଓ୍ବାଶିଂଟନ,୨୭ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୦ ଦିନ ପାଇଁ ଯୁଦ୍ଧ ବିରତି ଘୋଷଣା କରିଛନ୍ତି। ତେବେ ଟ୍ରମ୍ପ କାହିଁକି ଏପରି ନିଷ୍ପତ୍ତି ନେଇଛନ୍ତି ସେନେଇ ସୋସିଆଲ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri