ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ ଅଙ୍କିତ ବାଲିୟାନଙ୍କ ମୃତ୍ୟୁ ହୋଇଛି।

ସୂଚନା ଅନୁସାରେ, ଅଙ୍କିତ ପ୍ରତିଦିନ ଭଳି ବୁଧବାର ଜିମ୍‌କୁ ଯାଇଥିଲେ। ସନ୍ଧ୍ୟା ପ୍ରାୟ ୬ଟା ୪୫ରେ ଜିମ୍‌ରୁ ବାହାରିବା ସମୟରେ ପୂର୍ବରୁ ଛକି ରହିଥିବା ଦୁର୍ବୃତ୍ତମାନେ ତାଙ୍କ ଉପରେ ଅଚାନକ ଗୁଳିମାଡ଼ କରିଥିଲେ । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ, ଆକ୍ରମଣକାରୀମାନେ ୨୦ରୁ ଅଧିକ ରାଉଣ୍ଡ ଗୁଳି ଚଳାଇଥିଲେ। ହଠାତ୍ ଗୁଳି ଶବ୍ଦରେ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ଗୁଳିମାଡ଼ରେ ଅଙ୍କିତ ଗୁରୁତର ଆହତ ହୋଇ ରାସ୍ତାରେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ତୁରନ୍ତ ହସ୍ପିଟାଲକୁ ନେଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ଅଙ୍କିତଙ୍କ ମୃତ୍ୟୁ ହୋଇଥିଲା। ଘଟଣା ସଦର କୋତୱାଲି ଅଞ୍ଚଳର ନାଳା ପଟରି ନିକଟରେ ଘଟିଥିବା ଜଣାପଡ଼ିଛି।

ଘଟଣାର ଖବର ପାଇ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅଙ୍କିତଙ୍କ ଦୈନନ୍ଦିନ ରୁଟିନ୍‌ ବିଷୟରେ ଆକ୍ରମଣକାରୀମାନେ ଜାଣିଥିଲେ କି ନାହିଁ, ସେନେଇ ମଧ୍ୟ ତଦନ୍ତ କରାଯାଉଛି । ଅଙ୍କିତ ବାଲିୟାନ ହରିୟାଣଭୀ ସଙ୍ଗୀତ ଜଗତରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ତାଙ୍କ ‘ଭରି କୋର୍ଟ ମେଁ ଗୋଲି ମାରେଙ୍ଗେ ମେରି ଜାନ’ ଗୀତ ବେଶ ଲୋକପ୍ରିୟ ହୋଇଥିଲା। ଏହି ଗୀତ ପରେ ପଶ୍ଚିମ ଉତ୍ତରପ୍ରଦେଶ ଓ ହରିୟାଣାରେ ସେ ବିଶେଷ ପରିଚିତ ହୋଇଥିଲେ। ସେ ହରିୟାଣଭୀ ଗାୟକ ମାସୁମ ଶର୍ମାଙ୍କ ସହ ମଧ୍ୟ କାମ କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

କୋଲ୍‌କାତାରେ ହେବ ବାର୍ସେଲୋନା, ରିୟଲ ମାଡ୍ରିଡ୍‌ ଲିଜେଣ୍ଡ୍ସ ମ୍ୟାଚ୍‌

କୋଲ୍‌କାତା,୧୩ା୧୦: ବିଶ୍ୱ ଫୁଟ୍‌ବଲର ଅନ୍ୟତମ ସଫଳ କ୍ଲବ ବାର୍ସେଲୋନା ଓ ରିୟଲ ମାଡ୍ରିଡ୍‌ର ଲିଜେଣ୍ଡ୍ସ ଦଳ ଆସନ୍ତା ନଭେମ୍ବର ୨୫ରେ କୋଲ୍‌କାତାରେ ଏକ ପ୍ରଦର୍ଶନୀ ମ୍ୟାଚ୍‌ ଖେଳିବେ।…

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି।…

ଆସନ୍ତାକାଲି ଅସ୍ତ ହେବେ ଶୁକ୍ର! ୪ ରାଶିଙ୍କ ଉପରେ ଘୋର ଆର୍ଥିକ ସଙ୍କଟ! ଅଯଥାରେ ବଢିଯିବ ଖର୍ଚ୍ଚ…

ଧନ, ସମୃଦ୍ଧି ଏବଂ ଖୁସିର ଗ୍ରହ ଶୁକ୍ର ଆସନ୍ତା ୧୪ ଅକ୍ଟୋବରରେ ତୁଳା ରାଶିରେ ଅସ୍ତ ହେଉଛନ୍ତି । ନବରାତ୍ରିର ପବିତ୍ର ଦିନଗୁଡ଼ିକରେ ଶୁକ୍ରଙ୍କ ଅସ୍ତଗମନ କିଛି…

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?