ବଲିଉଡ୍‌ରେ ଡେବ୍ୟୁ କରିବେ ଶନୟା

ମୁମ୍ବାଇ: ବଡ଼ ପରଦାରେ ପାଦ ଦେବେ ଆଉ ଜଣେ ନବାଗତା। ସେ ହେଉଛନ୍ତି ବଲିଉଡ୍‌ ଅଭିନେତା ସଞ୍ଜୟ କପୁରଙ୍କ ଝିଅ ଶନୟା କପୁର। ଶନୟା ସୋସିଆଲ ମିଡିଆରେ ବେଶ୍‌ ପପୁଲାର ଷ୍ଟାର କିଡ୍‌ ଭାବେ ଚର୍ଚ୍ଚାରେ ରହି ଆସୁଛନ୍ତି। ବିଗତ ଦିନରେ ଶନୟା ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି ବୋଲି ଚର୍ଚ୍ଚା ଜୋର୍‌ ଧରିଥିଲା। ତେବେ ଝିଅ ଫିଲ୍ମରେ ଡେବ୍ୟୁ ନେଇ ହେଉଥିବା ଚର୍ଚ୍ଚା ଉପରେ ବାପା ସଞ୍ଜୟ କପୁର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ, ତାଙ୍କ ଝିଅ ଅତିଶୀଘ୍ର ବଲିଉଡ୍‌ରେ ଡେବ୍ୟୁ କରିବେ। ଏକ ଇଣ୍ଟରଭ୍ୟୁରେ ସଞ୍ଜୟ କହିଛନ୍ତି, କରୋନା ମହାମାରୀ ପାଇଁ ଶନୟା ଡେବ୍ୟୁ କରିବାରେ ବିଳମ୍ବ ହେଉଛି। କିନ୍ତୁ ଆମେ ଆଶା ରଖୁଛୁ ଯେ, ସବୁକିଛି ଜଲ୍‌ଦି ଠିକ୍‌ ହୋଇଯିବ। ବଲିଉଡ୍‌ରେ ଶନୟାଙ୍କର ଡେବ୍ୟୁ କରିବା ତାଙ୍କ ଫ୍ୟାନ୍‌ମାନଙ୍କ ପାଇଁ ଏକ ବଡ଼ ଖବର। କେବେଠାରୁ ସେମାନେ ତାଙ୍କୁ ବଡ଼ ପରଦାରେ ଦେଖିବା ପାଇଁ ଅପେକ୍ଷା କରି ରହିଛନ୍ତି। ଫିଲ୍ମ ପରଦାକୁ ଆସି ନ ଥିଲେ ମଧ୍ୟ ବଡ଼ବାପାଙ୍କ ଝିଅ ତଥା ବଡ଼ ଭଉଣୀ ଜାହ୍ନବୀ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଞ୍ଜନ ସକ୍ସେନା’: ଦ କାର୍ଗିଲ ଗାର୍ଲ’ରେ ସେ ଆସିଷ୍ଟାଣ୍ଟ ଡାଇରେକ୍ଟର ଭାବରେ କାର୍ଯ୍ୟ କରିଥିଲେ। ଏବେ କେବଳ ଦେଖିବାକୁ ବାକି ରହିଲା ସୋସିଆଲ ମିଡିଆରେ ନିଜ ଷ୍ଟାଇଲ ଓ ଲୁକ୍‌ ପାଇଁ ଲୋକପ୍ରିୟ ଥିବା ଶନୟାଙ୍କୁ ସିଲଭର୍‌ ସ୍କ୍ରିନରେ ଫ୍ୟାନ୍‌ମାନେ କିପରି ଗ୍ରହଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri