Posted inଖେଳ

ଟି-୨୦ ବିଶ୍ୱକପ୍‌ ପାଇଁ ଏବେଠୁ ଅଣ୍ଟା ଭିଡିଲାଣି ନ୍ୟୁଜିଲାଣ୍ଡ: ଦଳର ଏହି ପ୍ରମୁଖ ବୋଲର୍‌ଙ୍କୁ କଲା କୋଚ୍‌

ନୂଆଦିଲ୍ଲୀ,୧୭।୮: ୟୁଏଇରେ ଅକ୍ଟୋବରରୁ ଆରମ୍ଭ ହେବାକୁ ଯାଉଛି ଟି-୨୦ ବିଶ୍ୱକପ୍‌। ଏହାପୂର୍ବରୁ ନ୍ୟୁଜିଲାଣ୍ଡ ଦଳ ନିଜର ପ୍ରସ୍ତୁତି ଆରମ୍ଭ କରିଛି। ଏକ ବଡ଼ ନିଷ୍ପତ୍ତି ସ୍ବରୂପ ଦଳ ପୂର୍ବତନ ଦ୍ରୁତ ବୋଲର ସେନ ବଣ୍ଡଙ୍କୁ କୋଚ୍‌ ଭାବରେ ନିଯୁକ୍ତ କରିଛି। ବଣ୍ଡ ନ୍ୟୁଜିଲାଣ୍ଡ ଦଳର ଚତୁର୍ଥ ପ୍ରଶିକ୍ଷକ ହେବେ। ବିଶ୍ୱକପ୍‌ ପୂର୍ବରୁ ସେ ଆଇପିଏଲ୍‌ର ଦ୍ୱିତୀୟ ସିଜିନ୍‌ ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ସହ ରହିବେ। ଏହାପରେ ସେ ଭାରତ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଟି ୨୦ ସରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ସହ ରହିବେ। ବଣ୍ଡ ଦଳ ସହ ଯୋଡ଼ି ହେବା ପରେ ନ୍ୟୁଜିଲାଣ୍ଡର ଭାଗ୍ୟ କେତେ ବଦଳିବ ତାହା ସମୟ କହିବ। ତେବେ ତାଙ୍କ ଯୋଗଦାନ ନେଇ ନ୍ୟୁଜିଲାଣ୍ଡର ମୁଖ୍ୟ କୋଚ୍‌ ଗ୍ୟାରି ଷ୍ଟେଡ୍‌ କହିଛନ୍ତି, ବଣ୍ଡଙ୍କ ଅଭିଜ୍ଞତା ଯୋଗୁ ଦଳ ଉପକୃତ ହେବ। ସେ ଆମ ସହ ପୂର୍ବରୁ ଅଛନ୍ତି। ଏଣୁ ସେ ଆମକୁ ବୁଝନ୍ତି। ବିଶ୍ୱକପ୍‌ ପୂର୍ବରୁ ସେ ୟୁଏଇରେ ରହିବେ। ତାଙ୍କୁ ଅନୁଭବ ଦଳ ପାଇଁ ଲାଭଦାୟକ ହେବ। ସେ ବିଶେଷଭାବେ ବୋଲରଙ୍କ ସହ କାର୍ଯ୍ୟ କରିବେ। ସ୍ପିନ ଏବଂ ଦ୍ରୁତ ବୋଲରମାନଙ୍କୁ ନିଜର ଯୋଜନା ପ୍ରସ୍ତୁତିରେ ସାହାଯ୍ୟ କରିବେ। ଆମକୁ ଅନ୍ୟ ଦଳଠାରୁ ଗୋଟିଏ ପାଦ ଆଗରେ ରହିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri