Posted inଖେଳ

ଶୋକରେ ବୁଡ଼ିଲା କ୍ରିକେଟଜଗତ: ଚହଲ କହିଲେ‘ ହାତ ଥରୁଛି’…

ମୋହାଲି,୪।୩: ଅଷ୍ଟ୍ରେଲିଆର ପୂର୍ବତନ ମହାନ ଲେଗ୍‌ ସ୍ପିନର ଶେନ ଓ୍ବର୍ନଙ୍କର ହୃଦଘାତ ଖବର ଆସିବା ପରେ ଶୋକରେ ବୁଡ଼ିଛି କ୍ରିକେଟ ଜଗତ। ପ୍ରିୟ କ୍ରିକେଟରଙ୍କୁ ହରାଇବା ପରେ ତାଙ୍କ ସ୍ମୃତିରେ ଅନେକ କ୍ରିକେଟର ସୋସିଆଲ ମିଡିଆରେ ଶୋକବ୍ୟକ୍ତ କରୁଛନ୍ତି।

ଭାରତର ପୂର୍ବ ଅଧିନାୟକ ବିରାଟ କୋହଲି ଟୁଇଟ୍‌ କରି ଲେଖିଛନ୍ତି ଜୀବନର ଭରସା ନାହିଁ। ମୁଁ ଏ କଥା ଉପରେ ବିଶ୍ୱାସ କରିପାରୁନାହାନ୍ତି। କ୍ରିକେଟଜଗତର ସବୁଠାରୁ ବଡ ହିରୋ, ମଇଦାନ ବାହାରେ ବି ସେ ଜଣେ ସୁନ୍ଦର ମଣିଷ ଥିଲେ ବୋଲି ସେ କହିଛନ୍ତି।

ଜମ୍ମୁକଶ୍ମୀରର ପୂର୍ବ ମୁଖ୍ୟମନ୍ତ୍ରୀ ଉମର ଅବଦୁଲା ଟୁଇଟ୍‌ କରି କହିଛନ୍ତି, ଏହା ଚକିତ କଲା ଭଳି ଖବର। ସମବୟସର ଜଣେ ବ୍ୟକ୍ତିଙ୍କୁ ହଠାତ ହରାଇବା ଦୁଃଖ ଦେଇଥାଏ। ଭଗବାନ ଆପଣଙ୍କ ଆତ୍ମାକୁ ସଦ୍‌ବୁଦ୍ଧି ଦିଅନ୍ତୁ।

ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲ ଲେଖିଛନ୍ତି, ମୁଁ ଏହାକୁ ଲେଖିବା ବେଳେ ହାତ ଥରୁଛି। କ୍ରିକେଟର ଭାବେ ଲେଗ୍‌ ସ୍ପିନ ବାଛିବା ପଛର କାରଣ ଆପଣ ଥିଲେ। ପିଲାଟି ବେଳୁ ତାଙ୍କୁ ନିଜର ପ୍ରେରଣା ଭାବି ଆସିଥିଲି।

ସେହିଭଳି ରବିନ୍ଦ୍ର ଜାଡେଜା, ଋଷଭ ପନ୍ତ, ଭିଭିଏସ୍‌ ଲକ୍ଷ୍ମଣ, ମହମ୍ମଦ ଶାମି, ଆଦାମ ଗ୍ରିଲକ୍ରିଷ୍ଟଙ୍କଠାରୁ ଆରମ୍ଭ କରି ଅନ୍ୟ କ୍ରିକେଟରମାନେ ମଧ୍ୟ ଶୋକବ୍ୟକ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri