Posted inଖେଳ

ଏଲିମିନେଟର ମୁକାବିଲା ପୂର୍ବରୁ RCB ପ୍ରଶଂସକଙ୍କୁ କ୍ଷମା ମାଗିଲେ ଓ୍ବାଟସନ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୨।୫: ଆଇପିଏଲ୍‌ ୨୦୨୪ର ଏଲିମିନେଟର ମୁକାବିଲା ବୁଧବାର ରାଜସ୍ଥାନ ରୟାଲ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯିବ। ଏହି ବଡ଼ ମୁକାବିଲା ପୂର୍ବରୁ ଅଷ୍ଟ୍ରେଲୀୟ ଖେଳାଳି ତଥା ପୂର୍ବତନ ଆର୍‌ସିବି ଖେଳାଳି ଶେନ ଓ୍ବାଟସନ୍‌ ବାଙ୍ଗାଲୁରୁ ପ୍ରଶଂସକଙ୍କୁ କ୍ଷମା ମାଗିଛନ୍ତି। ଆଇପିଏଲ୍‌ ୨୦୧୬ ଫାଇନାଲ ପାଇଁ ସେ ଏହି କ୍ଷମା ମାଗିଛନ୍ତି, ଯେତେବେଳେ ଆର୍‌ସିବି ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଫାଇନାଲ ଖେଳାଯାଇଥିଲା। ଏହି ମୁକାବିଲାରେ ଓ୍ବାଟସନ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଫେଲ ହୋଇଥିଲେ।

ଏକ କାର୍ଯ୍ୟକ୍ରମରେ ଓ୍ବାଟସନ କହିଛନ୍ତି, ଆଜି ରାତିରେ ମୁଁ ଆର୍‌ସିବି ପ୍ରଶଂସକଙ୍କୁ କ୍ଷମା ମାଗିବାକୁ ଚାହୁଁଛି। ମୋର କ୍ଷମା ମାଗିବାର କାରଣ ଆଇପିଏଲ୍‌ ୨୦୧୬ର ଫାଇନାଲ। ମୁଁ ଯେତେ ଭଲ ଭାବେ ଏଥିଲାଗି ପ୍ରସ୍ତୁତି କରିପାରିଥାନ୍ତି, କରିଥିଲି। ନିଜର ସର୍ବଶ୍ରେଷ୍ଠ ପ୍ରଦର୍ଶନ ଦେବି ବୋଲି ଆଶା ଥିଲା। ହେଲେ ଯେତେବେଳେ ଫାଇନାଲରେ ବୋଲିଂ କଥା ଉଠିଥିଲା ସେତେବେଳେ ମୋର ପ୍ରଦର୍ଶନ ସବୁଠାରୁ ଖରାପ ପ୍ରଦର୍ଶନରୁ ଗୋଟିଏ ଥିଲା। ଏହି କାରଣରୁ ଆର୍‌ସିବିକୁ କ୍ଷତି ସହିବାକୁ ପଡ଼ିଥିଲା ବୋଲି ସେ କହିଛନ୍ତି।

ଆଇପିଏଲ୍‌ ୨୦୧୬ ଫାଇନାଲ ବିଷୟରେ କହିଲେ ଓ୍ବାଟସନ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ନିରାଶ କରିଥିଲେ। ମ୍ୟାଚରେ ସେ ୯ ବଲ୍‌ରେ ୧୧ ରନ୍‌ କରିଥିଲେ। ସେହିଭଳି ୪ ଓଭର ବୋଲିଂ କରି ୬୧ ରନ୍‌ ଦେଇଥିଲେ। ପୁରା ସିଜନ ସେ ଭଲ ପ୍ରଦର୍ଶନ କରିଥିଲେ ହେଁ ଫାଇନାଲରେ ବିଫଳ ହୋଇଥିଲେ।

୨୦୧୬ ଆଇପିଏଲ୍‌ ଫାଇନାଲରେ ସନରାଇଜର୍ସ ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ କରି ୭ ଉଇକେଟ ହରାଇ ୨୦୭ ରନ୍‌ କରିଥିଲେ। ଜବାବରେ ଆର୍‌ସିବି ୨୦୦ ରନ୍‌ କରିବାରେ ସଫଳ ହୋଇଥିଲା। ମୁକାବିଲାରେ କ୍ରିସ ଗେଲ ୭୬ ଏବଂ କୋହଲି ୫୪ ରନ୍‌ର ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri