ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର ଦୀର୍ଘ ଓ ଗୌରବମୟ ଶିକ୍ଷାସେବା ପାଇଁ ଏକ ଭାବପୂର୍ଣ୍ଣ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଧ୍ୟାପକ ଡ. କୈଳାଶ ଚନ୍ଦ୍ର ସ୍ବାଇଁଙ୍କ ସଂଯୋଜନାରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ନୂତନ କଲେଜ ଅଧ୍ୟକ୍ଷ ଅଶ୍ବିନୀ କୁମାର ରଥ ସଭାପତିତ୍ୱ କରିଥିଲେ। ଅଧ୍ୟାପକ ପ୍ରଫୁଲ୍ଲ ଚନ୍ଦ୍ର ମହାରଣା ସୁଲଳିତ କଣ୍ଠରେ ସଙ୍ଗୀତ ପରିବେଷଣ କରିଥିଲେ। କଲେଜର ସମସ୍ତ ଅଧ୍ୟାପିକା ଅଧ୍ୟାପକ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ରହି ବିଦାୟୀ ଅଧ୍ୟକ୍ଷଙ୍କୁ ପୁଷ୍ପଗୁଚ୍ଛ, ଉପହାର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା, ଆସ୍କା ବିଜ୍ଞାନ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଡ. ଜିବାନନ୍ଦ ତ୍ରିପାଠୀ, ଡ. ଅଭୟ କେଶରୀ ପଟ୍ଟନାୟକ ଏବଂ ଅଧ୍ୟାପିକା ଡ. ନନ୍ଦିତା ଦାଶ ସମ୍ମାନିତ ଅତିଥିଭାବେ ମଞ୍ଚାସୀନ ଥିଲେ।
ଅଧ୍ୟକ୍ଷ ମହୋଦୟ କେବଳ ଜଣେ ସୁପ୍ରଶାସକ ନୁହଁନ୍ତି ସେ ଜଣେ ଦକ୍ଷ ଶିକ୍ଷାବିତ୍‌, ମାର୍ଗଦର୍ଶକ ଏବଂ ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ। ତାଙ୍କର କାର୍ଯ୍ୟକାଳ ମଧ୍ୟରେ କଲେଜର ଶିକ୍ଷା ବ୍ୟବସ୍ଥା, ଶୃଙ୍ଖଳା ରକ୍ଷା, ପରୀକ୍ଷାଫଳ ଏବଂ ସହ-ପାଠ୍ୟକ୍ରମ କାର୍ଯ୍ୟକଳାପ କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି ହାସଲ କରିଥିଲା। ତାଙ୍କ ନେତୃତ୍ୱ, ସରଳତା ଓ ଛାତ୍ରକୈନ୍ଦ୍ରିକ ଦୃଷ୍ଟିଭଙ୍ଗୀ କଲେଜରେ ଏକ ସ୍ଥାୟୀ ଛାପ ଛାଡ଼ିଯାଇଛି। ଅଧ୍ୟାପିକା,ଅଧ୍ୟାପକ ଓ କର୍ମଚାରୀ ସର୍ବୋପରି ଛାତ୍ରୀଛାତ୍ରଙ୍କ ସହ ତାଙ୍କର ଆନ୍ତରିକ ସମ୍ପର୍କ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ବକ୍ତା ବୃନ୍ଦ ସଭାରେ ମତ ପ୍ରକାଶ କରିଥିଲେ। ଅବସରପ୍ରାପ୍ତ ଅଧ୍ୟକ୍ଷ ନିଜ କାର୍ଯ୍ୟଜୀବନର ଅନୁଭୁତି ବାଣ୍ଟିବା ସହ ସହକର୍ମୀମାନଙ୍କ ସହଯୋଗ ଓ ସ୍ନେହ ପାଇଁ କୃତଜ୍ଞତା ଜ୍ଞାପନ କରିଥିଲେ। କଲେଜର ପ୍ରଗତି ଓ ଛାତ୍ରୀଛାତ୍ରଙ୍କ ସଫଳତା ହିଁ ତାଙ୍କର ସବୁଠାର
ସବୁଠାରୁ ବଡ଼ପ୍ରାପ୍ତି ବୋଲି ସେ ତାଙ୍କ ଉଦବୋଧନରେ କହିଥିଲେ। ଶେଷରେ ଅଧ୍ୟାପକ ତ୍ରିଲୋଚନ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri