ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରିଲେ ଶଙ୍କର: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ

ଦାରିଙ୍ଗବାଡି, ୨୯/୪(ଅରୁଣ ସାହୁ):କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଲୋହରା ସାହିର ଶଙ୍କର ବିଶୋଇ (୪୦)ଙ୍କ ମୃତଦେହ ଦାରିଙ୍ଗବାଡିରେ ପହଞ୍ଚିଛି। ବୁଧବାର ସକାଳ ୮ଟା ସମୟରେ ମୃତଦେହ ତାଙ୍କ ଲୋହରା ସାହି ରେ ରହିଥିବା ବାସ ଭବନରେ ପହଞ୍ଚିଛି। ପରେ ସାହି ବାସିନ୍ଦାଙ୍କ ସହଯୋଗରେ ତାଙ୍କ ମୃତଦେହକୁ ନିକଟସ୍ଥ ମଶାଣିରେ ଶେଷକୃତ୍ୟ କରାଯାଇଛି। ଶଙ୍କରଙ୍କ ମୃତଦେହ ପହଞ୍ଚିବା ଶୁଣି ତାଙ୍କୁ ଜାଣିଥିବା ଲୋକମାନେ ଶଙ୍କରଙ୍କ ଘର ଆଗରେ ଏକତ୍ର ହୋଇଥିଲେ। କାନ୍ଦ ବୋବାଳି ରେ ଅଞ୍ଚଳ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଥିଲା। ସମସ୍ତଙ୍କ ମୁହଁରୁ ଗୋଟିଏ କଥା ଶଙ୍କର ଜଣେ ଭଲ ମଣିଷ ଟିଏ ଥିଲା ତାକୁ ହରେଇ ପରିବାର, ସାହି ବାସିନ୍ଦା ଓ ସାଙ୍ଗସାଥି ଭାଙ୍ଗି ପଡିଥିବା ଜଣାପଡିଛି।
ସୂଚନାଯୋଗ୍ୟ ଯେ, ଶଙ୍କର ଗତ ୨୩ରେ ଘରୁ ମୁମ୍ବାଇ ଦାଦନ ଖଟିବାକୁ ବାହାରିଥିଲେ। ସେ ୨୫ରେ ପୂର୍ବ ମୁମ୍ବାଇର ଘଟକପୁରଠାରେ ପହଞ୍ଚି ୨୬ରେ ବିଶ୍ରାମ ନେଇ ୨୭ ତାରିଖ ସୋମବାର ଏକ କନଷ୍ଟ୍ରକ୍ସନ କମ୍ପାନୀର କୋଠା କାର୍ଯ୍ୟରେ ନିୟୋଜିତ ହୋଇଥିଲେ। କିଛି ସମୟ କାର୍ଯ୍ୟ କରିବା ମଧ୍ୟରେ ସେ ଅସାବଧାନତା ଯୋଗୁ ୪ ମହଲାରୁ ତଳକୁ ଖସି ପଡିଥିଲେ ଓ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ସେଠାରୁ ତାଙ୍କୁ ସେହିଦିନ ବିଳମ୍ବିତ ରାତିରେ ମୃତଦେହ ଘରକୁ ନେବାକୁ ଉକ୍ତ କମ୍ପାନୀ ବ୍ୟବସ୍ଥା କରିଥିଲା। ମୃତଦେହ ପ୍ରାୟ ୧୫ ଶହ କିମି ମୁମ୍ବାଇରୁ ଦାରିଙ୍ଗବାଡିକୁ ଆମ୍ବୁଲାନ୍ସ ଦ୍ୱାରା ଆସିଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାକୁ ଆସିଲେ ବୈଭବ ସୂର୍ଯ୍ୟବଂଶୀ, ପୂର୍ବତନ କ୍ରିକେଟରଙ୍କ ମନ୍ତବ୍ୟରେ ଉଠିଲା ଝଡ଼, ଏଥର…

ନୂଆଦିଲ୍ଲୀ,୫।୮: ଭାରତୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ପୁଣି ଥରେ ଚର୍ଚ୍ଚାରେ ଆସିଛନ୍ତି। ଏଥର ତାଙ୍କ ପ୍ରଦର୍ଶନ ଅପେକ୍ଷା ଅନ୍ତର୍ଜାତିକ କ୍ରିକେଟରେ ଡେବ୍ୟୁକୁ ନେଇ ଅଧିକ ଚର୍ଚ୍ଚା…

ରାଜନୀତିକୁ ଏଣ୍ଟ୍ରି କରିବେ ଅଭିଜିତ ଦୀପକେ! କଲେ ଆଶ୍ଚର୍ଯ୍ୟଜନକ ଘୋଷଣା, ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri