Posted inଖେଳ

ବୋଷ୍ଟନରେ ସ୍ବର୍ଣ୍ଣ ଜିତିଲେ ଶଙ୍କର

ବୋଷ୍ଟନ, ୬ା୨ (ପି.ଟି.): ଭାରତୀୟ ହାଇ ଜମ୍ପର ତେଜସ୍ବିନୀ ଶଙ୍କର ଏଠାରେ ଚାଲିଥିବା ନ୍ୟୁ ବାଲାନ୍ସ ଇନ୍‌ଡୋର ଗ୍ରାଁ ପ୍ରିରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ପ୍ରତିଯୋଗିତାରେ ତାଙ୍କୁ ପୂର୍ବତନ ବିଶ୍ୱ ଚାମ୍ପିୟନ ଓ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜେତା ବାହମାସର ଡୋନାଲ୍‌ଡ ଥୋମାସଙ୍କଠାରୁ କଡ଼ା ଚ୍ୟାଲେଞ୍ଜର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଦିଲ୍ଲୀରେ ଜନ୍ମ ଗ୍ରହଣ କରିଥିବା ଏହି ୨୪ବର୍ଷୀୟ ଆଥଲେଟ୍‌ ୨.୨୬ ମିଟର ଜମ୍ପ କରି ୨୦୦୭ ବିଶ୍ୱ ଚାମ୍ପିୟନ ଓ ୨୦୧୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜେତା ୩୮ ବର୍ଷୀୟ ଥୋମାସ୍‌ଙ୍କୁ ପଛରେ ପକାଇ ଦେଇଥିଲେ। ବାହମାସ ଆଥଲେଟ୍‌ଙ୍କ ଶ୍ରେଷ୍ଠ ଜମ୍ପ ୨.୨୩ ମିଟର ରେକର୍ଡ କରାଯାଇଥିଲା। ସ୍ଥାନୀୟ ଦର୍ଶକଙ୍କଠାରୁ ଉତ୍ସାହ ପାଇ ୨୦୨୨ ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ରୋଞ୍ଜ ବିଜେତା ତାଙ୍କର ପ୍ରଥମ ୪ ପ୍ରୟାସରେ ୨.୧୪, ୨.୧୯, ୨.୨୩ ଓ ୨.୨୬ କ୍ଲିୟର କରିଥିଲେ। କଲେଜ ପାଠ୍ୟକ୍ରମ ଶେଷ କରିବା ପରେ ଶଙ୍କରଙ୍କର ଏହା ଥିଲା ପ୍ରଥମ ପ୍ରତିଯୋଗିତା। ତାଙ୍କର ବ୍ୟକ୍ତିଗତ ଆଉଟଡୋର୍‌ ଜମ୍ପ ୨.୨୯ ମିଟର ରହିଛି, ଯାହାକି ଏକ ଜାତୀୟ ରେକର୍ଡ। ଏକ ଇନ୍‌ଡୋର ମିଟ୍‌ରେ ତାଙ୍କର ଶ୍ରେଷ୍ଠ ଜମ୍ପ୍‌ ୨.୨୮ ମିଟର ରହିଛି। ଉଭୟ ସଫଳତା ସେ ଲୁବକ୍‌ ଓ ଏମ୍ସରେ ହାସଲ କରିଥିଲେ। ୟୁଏସ୍‌ଏର ଡେରିଲ ସୁଲିଭାନ ତାଙ୍କ ସିଜନ ଶ୍ରେଷ୍ଠ ୨.୧୯ ମିଟର ଜମ୍ପ କରି ତୃତୀୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri