Posted inଖେଳ

ବୋଷ୍ଟନରେ ସ୍ବର୍ଣ୍ଣ ଜିତିଲେ ଶଙ୍କର

ବୋଷ୍ଟନ, ୬ା୨ (ପି.ଟି.): ଭାରତୀୟ ହାଇ ଜମ୍ପର ତେଜସ୍ବିନୀ ଶଙ୍କର ଏଠାରେ ଚାଲିଥିବା ନ୍ୟୁ ବାଲାନ୍ସ ଇନ୍‌ଡୋର ଗ୍ରାଁ ପ୍ରିରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ପ୍ରତିଯୋଗିତାରେ ତାଙ୍କୁ ପୂର୍ବତନ ବିଶ୍ୱ ଚାମ୍ପିୟନ ଓ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜେତା ବାହମାସର ଡୋନାଲ୍‌ଡ ଥୋମାସଙ୍କଠାରୁ କଡ଼ା ଚ୍ୟାଲେଞ୍ଜର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଦିଲ୍ଲୀରେ ଜନ୍ମ ଗ୍ରହଣ କରିଥିବା ଏହି ୨୪ବର୍ଷୀୟ ଆଥଲେଟ୍‌ ୨.୨୬ ମିଟର ଜମ୍ପ କରି ୨୦୦୭ ବିଶ୍ୱ ଚାମ୍ପିୟନ ଓ ୨୦୧୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜେତା ୩୮ ବର୍ଷୀୟ ଥୋମାସ୍‌ଙ୍କୁ ପଛରେ ପକାଇ ଦେଇଥିଲେ। ବାହମାସ ଆଥଲେଟ୍‌ଙ୍କ ଶ୍ରେଷ୍ଠ ଜମ୍ପ ୨.୨୩ ମିଟର ରେକର୍ଡ କରାଯାଇଥିଲା। ସ୍ଥାନୀୟ ଦର୍ଶକଙ୍କଠାରୁ ଉତ୍ସାହ ପାଇ ୨୦୨୨ ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ରୋଞ୍ଜ ବିଜେତା ତାଙ୍କର ପ୍ରଥମ ୪ ପ୍ରୟାସରେ ୨.୧୪, ୨.୧୯, ୨.୨୩ ଓ ୨.୨୬ କ୍ଲିୟର କରିଥିଲେ। କଲେଜ ପାଠ୍ୟକ୍ରମ ଶେଷ କରିବା ପରେ ଶଙ୍କରଙ୍କର ଏହା ଥିଲା ପ୍ରଥମ ପ୍ରତିଯୋଗିତା। ତାଙ୍କର ବ୍ୟକ୍ତିଗତ ଆଉଟଡୋର୍‌ ଜମ୍ପ ୨.୨୯ ମିଟର ରହିଛି, ଯାହାକି ଏକ ଜାତୀୟ ରେକର୍ଡ। ଏକ ଇନ୍‌ଡୋର ମିଟ୍‌ରେ ତାଙ୍କର ଶ୍ରେଷ୍ଠ ଜମ୍ପ୍‌ ୨.୨୮ ମିଟର ରହିଛି। ଉଭୟ ସଫଳତା ସେ ଲୁବକ୍‌ ଓ ଏମ୍ସରେ ହାସଲ କରିଥିଲେ। ୟୁଏସ୍‌ଏର ଡେରିଲ ସୁଲିଭାନ ତାଙ୍କ ସିଜନ ଶ୍ରେଷ୍ଠ ୨.୧୯ ମିଟର ଜମ୍ପ କରି ତୃତୀୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri