ସରକାରଙ୍କୁ ସମାଲୋଚନା କଲେ ଶଙ୍କରାଚାର୍ଯ୍ୟ

ପୁରୀ,୧୨ା୯(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାର ନୂଆ ଅବକାରୀ ନୀତି ଲାଗୁ କରିଛନ୍ତି। ଏହି ନୂଆ ଆଇନର ପ୍ରାବଧାନ ଅନୁଯାୟୀ, ଏଣିକି ସମୁଦ୍ର ବେଳାଭୂମି ଓ ନଦୀପଠାରେ ମଦ ବିକ୍ରି ହୋଇପାରିବ। ବେଳାଭୂମିରେ ଛୋଟ ଛୋଟ ଷ୍ଟଲ୍‌ କରାଯାଇ ବିଚ୍‌ ସାକ୍ସ ମାଧ୍ୟମରେ ମଦ ବିକ୍ରି ହେବ। ତେବେ ସରକାରଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରେ ବିରୋଧ କରାଯାଇଛି। ସରକାରଙ୍କ ଏପରି ନିଷ୍ପତ୍ତିକୁ ପୁରୀର ୫୦ରୁ ଅଧିକ ସଙ୍ଗଠନ ଏକାଠି ହୋଇ ବିକ୍ଷୋଭ ମାଧ୍ୟମରେ ବିରୋଧ କରିଛନ୍ତି। ଅପରପକ୍ଷରେ ଓଡ଼ିଶାର ବିଭିନ୍ନ ନଦୀ ଓ ସମୁଦ୍ର ତଟରେ ମଦକୁଟୀର ବା ମଦ କୁଡ଼ିଆ ଯୋଜନାକୁ ନେଇ ଗୋବର୍ଦ୍ଧନ ମଠର ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜା କ୍ଷୋଭ ପ୍ରକାଶ କରିବା ସହ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଶଙ୍କରାଚାର୍ଯ୍ୟ କହିଛନ୍ତି, ନଦୀତଟ ଓ ମହୋଦଧି ଆସ୍ଥାର କେନ୍ଦ୍ର ହୋଇଥିବାରୁ ସେଠାରେ ମଦ୍ୟପାନ ବର୍ଜନ କରିବା ଆବଶ୍ୟକ। ସନ୍ଧ୍ୟା ଓ ସକାଳେ ଭଜନକୀର୍ତ୍ତନ ଆଦି କରାଯାଉ। ପ୍ରତିଦିନ ମହୋଦଧିରେ ଆଳତି ଆଦି କାର୍ଯ୍ୟକ୍ରମ କରାଯାଇ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯାଉଛି। ତେବେ ମହୋଦଧି ତଟରେ ମଦ ବିକ୍ରି ପାଇଁ ଯେଉଁ ନିଷ୍ପତ୍ତି ନିଆଯାଇଛି, ତାହା କଳଙ୍କ। ଏହାଦ୍ୱାରା ରାଷ୍ଟ୍ର ପାଇଁ ବିପ୍ଳବ ସୃଷ୍ଟି ସହ ଅରାଜକତାକୁ ପ୍ରୋତ୍ସାହନ ମିଳିବ। ତେଣୁ ଏହାକୁ ସମର୍ଥନ କରିବା ଉଚିତ୍‌ ନୁହେଁ। ଏପରି ପ୍ରକଳ୍ପ କରିବା ସରକାରଙ୍କ ପାଗଳାମି। ଏହି ପ୍ରକଳ୍ପ ନ ହେବା ଉଚିତ୍‌। ଏଭଳି ନିଷ୍ପତ୍ତି ପାଇଁ ଜଗଦ୍‌ଗୁରୁ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କୁ ସାବଧାନ ହେବାକୁ ପରାମର୍ଶ ଦେବା ସହ ଫଳ ଖରାପ ହେବ ଓ ଶାସନ ପଲଟିଯିବ ବୋଲି ମଧ୍ୟ ଚେତାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri