Posted inଜାତୀୟ

ଦ୍ୱାରକା ପୀଠ ଶଙ୍କରାଚାର୍ଯ୍ୟଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୧।୯: ଦ୍ୱାରକା ପୀଠ ଶଙ୍କରାଚାର୍ଯ୍ୟ ସ୍ବାମୀ ସ୍ବରୂପାନନ୍ଦ ସରସ୍ବତୀଙ୍କ ରବିବାର ପରଲୋକ ହୋଇଯାଇଛି। ତାଙ୍କୁ ୯୯ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ଶୋକ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ସମୟରେ ତାଙ୍କ ଅନୁଗାମୀମାନଙ୍କୁ ପ୍ରଧାନମନ୍ତ୍ରୀ ସମବେଦନା ଜଣାଇଛନ୍ତି।

କେନ୍ଦ୍ର ସୌରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ସ୍ବାମୀ ସ୍ବରୂପାନନ୍ଦ ସରସ୍ବତୀଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିବା ସହ ସନାତନ ଧର୍ମ ପ୍ରଚାର ପ୍ରସାରରେ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି କହିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶଙ୍କରାଚାର୍ଯ୍ୟଙ୍କ ଦେହାନ୍ତ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି।

ମଧ୍ୟପ୍ରଦେଶର ନରସିଂହପୁର ଜିଲାରେ ଥିବା ଆଶ୍ରମରେ ସ୍ବାମୀ ସ୍ବରୂପାନନ୍ଦ ସରସ୍ବତୀ ପ୍ରାଣ ହରାଇଥିବା ତାଙ୍କ ସହଯୋଗୀ ସୂଚନା ଦେଇଛନ୍ତି। ଦ୍ୱାରକା, ଶାରଦା ଏବଂ ଜ୍ୟୋତିଷ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ସ୍ବରୂପାନନ୍ଦ ପ୍ରାୟ ବର୍ଷେ ହେଲା ଅସୁସ୍ଥ ଥିଲେ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ମଧ୍ୟପ୍ରଦେଶର ସେଓନି ଜିଲା ଅନ୍ତର୍ଗତ ଦିଘୋରି ଗ୍ରାମରେ ୧୯୨୪ରେ ଶଙ୍କରାଚାର୍ଯ୍ୟ ଜନ୍ମଗ୍ରହଣ କରିଥିଲେ। ପରେ ୧୯୮୧ରେ ସେ ଦ୍ୱାରକା ପୀଠ ଶଙ୍କରାଚାର୍ଯ୍ୟ ହୋଇଥିଲେ। ନିକଟରେ ସେ ତାଙ୍କର ୯୯ତମ ଜନ୍ମଦିନ ପାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri