Posted inଜାତୀୟ

ମୋହନ ଭାଗବତଙ୍କୁ ଟାର୍ଗେଟ କଲେ ଶଙ୍କରାଚାର୍ଯ୍ୟ, କହିଲେ କ୍ଷମତାରେ ଅଛ ବୋଲି…

ନୂଆଦିଲ୍ଲୀ,୨୬।୧୨: ବାଂଲାଦେଶର ପରିସ୍ଥିତି ଆଉ କାହା କେଉଁଠି ଅଛପା ନାହିଁ। ଏଠାରେ ଅଳ୍ପସଂଖ୍ୟକ ସମୁଦାୟଙ୍କୁ ଟାର୍ଗେଟ କରାଯାଉଛି। ଏହି ସମୟରେ, ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକେତେଶ୍ୱରନନ୍ଦ ସରସ୍ବତୀ ବନାରସରେ ବାଂଲାଦେଶୀ ସଂଖ୍ୟାଲଘୁ ସମ୍ପ୍ରଦାୟର ପ୍ରତିନିଧୀଙ୍କୁ ଭେଟିଥିଲେ। ଏଥିରେ ସେ ସେମାନଙ୍କର ସମସ୍ୟା ବିଷୟରେ ଆଲୋଚନା କରିଛନ୍ତି। ଏହି ସମୟରେ ସେ ଆରଏସଏସ ସଂଘର ମୁଖ୍ୟ ମୋହନ ଭାଗବତଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଭାଗବତ ସାଧାରଣ ହିନ୍ଦୁଙ୍କ ଯନ୍ତ୍ରଣା ବୁଝନ୍ତି ନାହିଁ।

ବାଂଲାଦେଶର ଏକ ୧୨ସଦସ୍ୟ ବିଶିଷ୍ଟ ଗୋଷ୍ଠୀ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଛନ୍ତି। ସେମାନଙ୍କୁ ବାଂଲାଦେଶରେ ସମାଧାନ ପାଇଁ ହସ୍ତକ୍ଷେପ କରିବାକୁ ସେ ଦାବି କରିଛନ୍ତି। ଶଙ୍କରାଚାର୍ଯ୍ୟ ନିଶ୍ଚିତ କରିଛନ୍ତି ଯେ ସେ ଏହି ପ୍ରସଙ୍ଗରେ କାର୍ଯ୍ୟାନୁଷ୍ଠାନ ଦାବି କରି ସରକାରଙ୍କୁ ଚିଠି ଲେଖିବେ। ପ୍ରତିନିଧୀଙ୍କୁ ଭେଟିବା ପରେ ଶଙ୍କରାଚାର୍ଯ୍ୟ କହିଛନ୍ତି ଯେ ବାଂଲାଦେଶର ସଂଖ୍ୟାଲଘୁ ସମ୍ପ୍ରଦାୟ କେବଳ ସେମାନଙ୍କ ବିଶ୍ୱାସ ହେତୁ ର୍ନିଯାତିତ ହେଉଛନ୍ତି।

ସ୍ବାମୀ ଅଭିମୁଖେଶ୍ୱରାନନ୍ଦ ଭାଗବତଙ୍କୁ ଟାର୍ଗେଟ କରି କହିଛନ୍ତି, ମୋହନ ଭଗବତ ଦାବି କରିଛନ୍ତି ଯେ କିଛି ଲୋକ ନେତା ହେବା ପାଇଁ ଏହି ପ୍ରସଙ୍ଗ ଉଠାନ୍ତି, କିନ୍ତୁ ମୁଁ ସ୍ପଷ୍ଟ କରିବାକୁ ଚାହୁଁଛି ଯେ ସାଧାରଣ ହିନ୍ଦୁମାନେ ନେତା ହେବାକୁ ଇଚ୍ଛା କରନ୍ତି ନାହିଁ। ଭାଗବତ ପ୍ରକୃତରେ ହିନ୍ଦୁମାନଙ୍କର ଅସୁବିଧା ବୁଝନ୍ତି ନାହିଁ। ଯେତେବେଳେ ଭାଗବତ ଏବଂ ତାଙ୍କ ସହଯୋଗୀମାନେ କ୍ଷମତାରେ ନଥିଲେ, ସେମାନେ ରାମ ମନ୍ଦିର ର୍ନିମାଣ କରିବାକୁ ଆଗ୍ରହୀ ଥିଲେ। ଆଉ ଏବେ ଯେତେବେଳେ ସେ କ୍ଷମତାରେ ଅଛନ୍ତି ଏପରି ବୟାନ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri