Posted inଜାତୀୟ

ବିହାରର ସବୁ ଆସନରେ ଗୋରକ୍ଷକଙ୍କୁ ପ୍ରାର୍ଥୀ କରିବେ ଶଙ୍କରାଚାର୍ଯ୍ୟ

ପାଟନା, ୧୪।୧୦: ବିହାରର ସମସ୍ତ ୨୪୩ ବିଧାନସଭା ଆସନରେ ଗୋରକ୍ଷକଙ୍କୁ ପ୍ରାର୍ଥୀ କରିବାକୁ
ଉତ୍ତରାଖଣ୍ଡର ଜ୍ୟୋତିର୍ମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ସୋମବାର ଘୋଷଣା କରିଛନ୍ତି। ତେବେ ନାମାଙ୍କନ ପ୍ରକ୍ରିୟା ସମାପ୍ତ ହେବା ପରେ ଯାଇ ସେ ନିର୍ବାଚନରେ ଲଢ଼ୁଥିବା ସମସ୍ତ ଗୋରକ୍ଷକଙ୍କ ନାମକୁ ସାର୍ବଜନୀନ କରିବେ ବୋଲି କହିଛନ୍ତି। ନାମାଙ୍କନ ପୂର୍ବରୁ ପ୍ରାର୍ଥୀ ହୋଇଥିବା ଗୋ ରକ୍ଷକଙ୍କ ନାମ ଘୋଷଣା କରାଗଲେ ସେମାନଙ୍କ ନାମାଙ୍କନକୁ ରଦ୍ଦ କରାଯିବାର ଆଶଙ୍କା ରହିଛି। ଗୋ ସୁରକ୍ଷାକୁ ନେଇ ସଚେତନତାର ପ୍ରସାର ଏବଂ ଏହାକୁ ନେଇ ଦୃଢ଼ ରାଜନୈତିକ ଭିତ୍ତିଭୂମି ସୃଷ୍ଟି କରିବା ତାଙ୍କର ଉଦ୍ଦେଶ୍ୟ ଥିବା ଅଭିମୁକ୍ତେଶ୍ୱରାନନ୍ଦ କହିଛନ୍ତି। ଏହି ଅବସରରେ ସନାତନ ବିଚାରଧାରାକୁ ନେଇ ଏକ ରାଜନୈତିକ ସଙ୍ଗଠନ ପ୍ରତିଷ୍ଠା କରିବାକୁ ମଧ୍ୟ ସେ ସଙ୍କେତ ଦେଇଛନ୍ତି। ମୁଖ୍ୟ ରାଜନୈତିକ ଦଳଗୁଡ଼ିକ ଗୋ ସୁରକ୍ଷା ପ୍ରସଙ୍ଗକୁ କ୍ରମାଗତ ଭାବେ ଅଣଦେଖା କରୁଥିବାରୁ ଗୋ ରକ୍ଷକମାନଙ୍କୁ ନିର୍ବାଚନରେ ଲଢ଼ାଇବା ପାଇଁ ସେ ନିଷ୍ପତ୍ତି ନେଇଛନ୍ତି ବୋଲି ଅଭିମୁକ୍ତେଶ୍ୱରାନନ୍ଦ କହିଛନ୍ତି। ସେ କହିଛନ୍ତି, ରାଜନୀତିରେ ଅଂଶଗ୍ରହଣ କରୁନାହିଁ। ଆଗାମୀ ଦିନରେ ହିନ୍ଦୁଧର୍ମର ସୁରକ୍ଷାକୁ ନେଇ ନିଜ ଦାୟିତ୍ୱ ନିର୍ବାହ କରିବି।

 

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌: ଓଡ଼ିଶାର କ୍ଲିନ ସୁଇପ୍‌

ଭୁବନେଶ୍ୱର,୧ା୨(ଅନାଦି କର): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌ ରବିବାର ଉଦ୍‌ଯାପିତ ହୋଇଯାଇଛି। ସବ୍‌-ଜୁନିୟର ବାଳିକା(୧୫ ବର୍ଷରୁ କମ୍‌), ଜୁନିୟର ବାଳିକା…

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

PCBର ଅଜବ ନିଷ୍ପତ୍ତି: T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧ା୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) 2026ଟି-20 ବିଶ୍ୱକପ ସମ୍ପର୍କରେ ଏକ ଅଜବ ନିଷ୍ପତ୍ତି ନେଇଛି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ପାକିସ୍ତାନ ଦଳ ଭାରତ ସହିତ ଖେଳିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri