Posted inଜାତୀୟ

ବିହାରର ସବୁ ଆସନରେ ଗୋରକ୍ଷକଙ୍କୁ ପ୍ରାର୍ଥୀ କରିବେ ଶଙ୍କରାଚାର୍ଯ୍ୟ

ପାଟନା, ୧୪।୧୦: ବିହାରର ସମସ୍ତ ୨୪୩ ବିଧାନସଭା ଆସନରେ ଗୋରକ୍ଷକଙ୍କୁ ପ୍ରାର୍ଥୀ କରିବାକୁ
ଉତ୍ତରାଖଣ୍ଡର ଜ୍ୟୋତିର୍ମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ସୋମବାର ଘୋଷଣା କରିଛନ୍ତି। ତେବେ ନାମାଙ୍କନ ପ୍ରକ୍ରିୟା ସମାପ୍ତ ହେବା ପରେ ଯାଇ ସେ ନିର୍ବାଚନରେ ଲଢ଼ୁଥିବା ସମସ୍ତ ଗୋରକ୍ଷକଙ୍କ ନାମକୁ ସାର୍ବଜନୀନ କରିବେ ବୋଲି କହିଛନ୍ତି। ନାମାଙ୍କନ ପୂର୍ବରୁ ପ୍ରାର୍ଥୀ ହୋଇଥିବା ଗୋ ରକ୍ଷକଙ୍କ ନାମ ଘୋଷଣା କରାଗଲେ ସେମାନଙ୍କ ନାମାଙ୍କନକୁ ରଦ୍ଦ କରାଯିବାର ଆଶଙ୍କା ରହିଛି। ଗୋ ସୁରକ୍ଷାକୁ ନେଇ ସଚେତନତାର ପ୍ରସାର ଏବଂ ଏହାକୁ ନେଇ ଦୃଢ଼ ରାଜନୈତିକ ଭିତ୍ତିଭୂମି ସୃଷ୍ଟି କରିବା ତାଙ୍କର ଉଦ୍ଦେଶ୍ୟ ଥିବା ଅଭିମୁକ୍ତେଶ୍ୱରାନନ୍ଦ କହିଛନ୍ତି। ଏହି ଅବସରରେ ସନାତନ ବିଚାରଧାରାକୁ ନେଇ ଏକ ରାଜନୈତିକ ସଙ୍ଗଠନ ପ୍ରତିଷ୍ଠା କରିବାକୁ ମଧ୍ୟ ସେ ସଙ୍କେତ ଦେଇଛନ୍ତି। ମୁଖ୍ୟ ରାଜନୈତିକ ଦଳଗୁଡ଼ିକ ଗୋ ସୁରକ୍ଷା ପ୍ରସଙ୍ଗକୁ କ୍ରମାଗତ ଭାବେ ଅଣଦେଖା କରୁଥିବାରୁ ଗୋ ରକ୍ଷକମାନଙ୍କୁ ନିର୍ବାଚନରେ ଲଢ଼ାଇବା ପାଇଁ ସେ ନିଷ୍ପତ୍ତି ନେଇଛନ୍ତି ବୋଲି ଅଭିମୁକ୍ତେଶ୍ୱରାନନ୍ଦ କହିଛନ୍ତି। ସେ କହିଛନ୍ତି, ରାଜନୀତିରେ ଅଂଶଗ୍ରହଣ କରୁନାହିଁ। ଆଗାମୀ ଦିନରେ ହିନ୍ଦୁଧର୍ମର ସୁରକ୍ଷାକୁ ନେଇ ନିଜ ଦାୟିତ୍ୱ ନିର୍ବାହ କରିବି।

 

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

ଶେଷରେ ନରମ ପଡ଼ିଲେ ଟ୍ରମ୍ପ: କହିଲେ, ମୁଁ ଆଉ ଚାହୁଁନାହିଁ…

ଓ୍ବାଶିଂଟନ୍‌,୧୯।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଟେନ୍‌ସନ୍‌ରେ ଅଛନ୍ତି। ସେ ଇରାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ତେହରାନ କତାରର ତରଳ ପ୍ରାକୃତିକ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri